ଘରବାହୁଡାଙ୍କ ନାମ ପଞ୍ଜିକରଣ ପାଇଁ ପଞ୍ଚାୟତରେ ଭିଡ଼

ଆନନ୍ଦପୁର,୨୫। ୪(ସ୍ବ.ପ୍ର.)-ଘରବାହୁଡାଙ୍କ ପାଇଁ ପ୍ରତ୍ୟେକ ପଞ୍ଚାୟତ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ନାମ ପଞ୍ଜିକରଣ ବାଧ୍ୟତାମୂଳକ ହୋଇଥିବାରୁ ଆନନ୍ଦପୁର ବ୍ଲକ ବାଉଁଶଗଡ ପଞ୍ଚାୟତରେ ଭିଡ ପରିଲକ୍ଷିତ ହୋଇଛି। ବହୁ ସଂଖ୍ୟାରେ ଲୋକ ନିଜ ଅଞ୍ଚଳରେ କାମ ନ ପାଇ ବାହାର ରାଜ୍ୟରେ ରହି କାମଧନ୍ଦା କରି ପରିବାର ଭରଣ ପୋଷଣ କରିଆସୁଥିଲେ। କୋଭିଡ-୧୯ର କଟକଣା ପାଇଁ ବାହାର ରାଜ୍ୟରେ ରହୁଥିବା ଲୋକମାନେ ନିଜ ଘରକୁ ଫେରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାରୀ ସ୍ତରରେ ନାମ ପଞ୍ଜିକରଣ କରିବା ପାରେ ବାହାର ରାଜ୍ୟରେ ରହୁଥିବା ଲୋକମାନେ ଘରକୁ ଫେରିବା ସହଜ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରିବାରବର୍ଗଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଛି। ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଦ୍ୱାରା ନାମ ପଞ୍ଜିକରଣ ବ୍ୟବସ୍ଥା କରିଥିବାରୁ ଲୋକାମାନଙ୍କ ଭିଡ ପରିଲକ୍ଷିତ ହୋଇଛି। ସୂଚନାଯୋଗ୍ୟ, ବାଉଁଶଗଡ ପଞ୍ଚାୟତରେ ୪୦୦ରୁ ଊର୍ଦ୍ଧ୍ୱ ଅଧିବାସୀ କଲିକତା, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ବାଙ୍ଗାଲୋର ଆଦି ଅଞ୍ଚଳରେ ରହି କାମଧନ୍ଦା କରୁଛନ୍ତି। ମେ’ ୩ ତାରିଖରେ ଲକ୍‌ଡାଉନ୍‌ କଟକଣା ସରିବା ପରେ ସେମାନେ ନିଜ ଘରକୁ ଫେରିବେ। ହେଲେ ସରକାରଙ୍କ ବିଧିବ୍ୟବସ୍ଥା ଅନୁଯାୟୀ ନାମ ପଞ୍ଜିକରଣ ପରେ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ ରଖିବାର ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ପଞ୍ଚାୟତରେ ଏକ ୫୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ୍‌ ହଲ ସରକାରୀ ଆଶ୍ରମ ବିଦ୍ୟାଳୟରେ କରାଯାଇଛି। ଏହା ବ୍ୟତୀତ ଆଉ ଏକ ୫୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ୍‌ ହଲ କରାଯିବ ବୋଲି ସରପଞ୍ଚ ଦୟାନିଧି ଘଡେଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri