ଘରଭଙ୍ଗା କାର୍ଯ୍ୟରେ ଲଗାଇଲେ ପ୍ରଧାନ ଶିକ୍ଷକ: ଛାତ୍ରୀଛାତ୍ରଙ୍କ ହାତରେ ଶାବଳ, କୋଡ଼ି

ବନ୍ତଳା,୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜମ୍ବୁଗଡ଼ିଆ ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶନିବାର ଛାତ୍ରୀଛାତ୍ରମାନଙ୍କୁ ଘର ଭଙ୍ଗା କାର୍ଯ୍ୟରେ ଲଗାଇଥିବା ଅଭିଭାବକମାନେ ଅଭିଯୋଗ କରିବା ସହ ଅସନ୍ତୋଷ ପ୍ରକାଶ କରିଛନ୍ତି। ସରକାର ବିଦ୍ୟାଳୟର ମରାମତି ତଥା ଉନ୍ନୟନ କାର୍ଯ୍ୟ ପାଇଁ ସ୍ବତନ୍ତ୍ର ପାଣ୍ଠି ଦେଉଥିଲେ ମଧ୍ୟ ପ୍ରଧାନଶିକ୍ଷକ ପିଲାମାନଙ୍କୁ ଏପରି ବିପଜ୍ଜନକ କାର୍ଯ୍ୟରେ ନିୟୋଜିତ କରିଥିବାରୁ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଅଭିଭାବକ ବିଚିତ୍ର ସ୍ବାଇଁ, ଅମିତା ବିଶ୍ୱାଳ ପ୍ରମୁଖ ଦାବି କରିଛନ୍ତି। ଏପରି କି ସମ୍ପୃକ୍ତ ପ୍ରଧାନ ଶିକ୍ଷକ ନିଜ ଶାର୍ଟ ଖୋଲି ବୁଲୁଥିବାରୁ ଅଞ୍ଚଳବାସୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ହୋତା କହିଛନ୍ତି, ଏକ ପରିତ୍ୟକ୍ତ ଶ୍ରେଣୀଗୃହ ଭଙ୍ଗା ଅବସ୍ଥାରେ ଅଛି। ସେଠାକୁ ପିଲାମାନେ ଯାଉଥିବାରୁ ବିପଦ ଆଶଙ୍କା ରହୁଛି। ତେଣୁ ନିଜେ ଉକ୍ତ ପରିତ୍ୟକ୍ତ ଘରର କାନ୍ଥ ଭାଙ୍ଗୁଥିବା ବେଳେ ଶାର୍ଟ ଚିରି ଯାଇଥିଲା। ସେଥିପାଇଁ ତାହା ଖୋଲି ଦେଇଥିଲି। ପ୍ରାର୍ଥନା ପରେ ସପ୍ତମ ଶ୍ରେଣୀ ପିଲାଙ୍କୁ ନେଇ ସେଠାକୁ ଯାଇଥିଲୁ। ଏଥିରେ ଅପରାଧ ଅଛି କି ବୋଲି ସେ ଓଲଟା ପ୍ରଶ୍ନ କରିଥିଲେ। ଘଟଣା ବିଷୟରେ ଅନୁଗୋଳ ବ୍ଲକ ଶିକ୍ଷା ଅଧିକାରୀ ଲୋପାମୁଦ୍ରା ପଟ୍ଟନାୟକ କହିଛନ୍ତି, ସୋମବାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କହିଛନ୍ତି, ଏହାର ତଦନ୍ତ କରିବା ପାଇଁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri