ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା

ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ ଲେନସ୍ଥିତ ଏକ ଘରେ ପଶି ପରିବାର ଲୋକଙ୍କୁ ଭୟଭୀତ କରାଇ ସୁନାଗହଣା ଓ ୪ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଜାରି ରଖିଛି। ରାଧାଗୋବିନ୍ଦ ଲେନ୍‌ରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରିବା ସହ ୨ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ଅନୁଯାୟୀ, ସୋମବାର ରାତିରେ ୫ଜଣ ମୁଖାଧାରୀ ଦୁର୍ବୃତ୍ତ ରାଧାଗୋବିନ୍ଦ ଲେନ୍‌ ବାସିନ୍ଦା ମଧୁସୂଦନ ଜେନାଙ୍କ ଘର ଗ୍ରୀଲ୍‌ ତାଡ଼ିି ଘରେ ପଶିିଥିଲେ। ମଧୁସୂଦନଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିଥିଲେ। ସେ ବିରୋଧ କରିବାରୁ ତାଙ୍କ ନାତି ଏବଂ ବୋହୂଙ୍କ ବେକରେ ଖଣ୍ଡା ଓ ବନ୍ଧୁକ ଲଗାଇ ୫ଭରି ଓଜନର ସୁନା ଅଳଙ୍କାର, ନଗଦ ପ୍ରାୟ ୪ଲକ୍ଷ ଟଙ୍କା ଲୁଟି ନେଇଥିଲେ। ଯିବାବେଳେ ଘରର ସମସ୍ତ ଆସବାବପତ୍ର ଫିଙ୍ଗାଫିଙ୍ଗି କରିବା ସହ ୨ଟି ବାଇକକୁ ଭାଙ୍ଗିଦେଇଥିଲେ। ଏନେଇ ପୋଲିସ ଆଗରେ କିିଛି କହିଲେ ଅଥବା ଥାନାରେ ଅଭିଯୋଗ କଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ ବୋଲି ମଧୁସୂଦନ ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି। ରାଧାଗୋବିନ୍ଦ ଲେନ୍‌ ଏକ ଜନଗହଳିପୂର୍ଣ୍ଣ ଅଞ୍ଚଳ। ଚାରିପଟେ ଘରଦ୍ୱାର ଖୁନ୍ଦି ହୋଇ ରହିଛି। ତେବେ ଏଭଳି ଏକ ଅଞ୍ଚଳରେ ଦୁର୍ବୃତ୍ତମାନେ ଜଣକ ଘରେ ପଶିି ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାକୁ ନେଇ ପୋଲିସ ନିଷ୍କ୍ରିୟତାକୁ ସୂଚାଉଛି ବୋଲି ସାଧାରଣରେ ଆଲୋଚନା ହେଉଛି। ରାତ୍ରିକାଳୀନ ପାଟ୍ରୋଂଲି ହେଉ ନ ଥିବାରୁ ଏଭଳି ଘଟଣା ଘଟିଲା ବୋଲି ସ୍ଥାନୀୟ ଲୋକେ ଗଣମାଧ୍ୟମକୁ କହିଛନ୍ତି। ଏନେଇ ପୋଲିସର କାର୍ଯ୍ୟଦକ୍ଷତା ଉପରେ ସେମାନେ ପ୍ରଶ୍ନ ଉଠାଇଛନ୍ତି। ଅନ୍ୟପକ୍ଷେ ଘଟଣାର ତଦନ୍ତ ଚାଲିଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri