ଘରେ ‘ଗୁଡ୍‌ ଫ୍ରାଇଡେ’ ସେଲିବ୍ରେଶନ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କରୋନା କଟକଣା ପାଇଁ ସମଗ୍ର ଦେଶରେ ପୂଜାପାଠ, ପର୍ବପର୍ବାଣି ସବୁକିଛି ପ୍ରଭାବିତ ହୋଇଥିବାବେଳେ ମନ୍ଦିରରୁ ଆରମ୍ଭକରି ଚର୍ଚ୍ଚ ଓ ମସ୍‌ଜିଦ୍‌ ସବୁଠି ତାଲା ଝୁଲୁଛି। ଭୁବନେଶ୍ୱରର ୟୁନିୟନ୍‌ ଚର୍ଚ୍ଚ ସମେତ ରାଜ୍ୟର ଅନ୍ୟ ସମସ୍ତ ଚର୍ଚ୍ଚ ବନ୍ଦ ରହିଥିବାବେଳେ ପୂଜାପାଠକୁ ମଧ୍ୟ ବନ୍ଦ ରଖାଯାଇଛି। ତେଣୁ ଚଳିତ ବର୍ଷ ଖ୍ରୀଷ୍ଟିଆନ ଧର୍ମାବଲମ୍ବୀଙ୍କ ବଡ଼ପର୍ବ ଗୁଡ୍‌ ଫ୍ରାଇଡେ ଚର୍ଚ୍ଚରେ ପାଳନ ହୋଇପାରିନି। ଶୁଭ ଶୁକ୍ରବାର ଭାବେ ପରିଚିତ ଏହିଦିନରେ ଖ୍ରୀଷ୍ଟିଆନମାନେ ବିଭିନ୍ନ ଚର୍ଚ୍ଚରେ ଏକାଠି ହୋଇ ବାଇବେଲ୍‌ ପାଠ କରିବା ସହ ପରସ୍ପରକୁ ପବିତ୍ର ଦିନର ଶୁଭେଚ୍ଛା ଜଣାଇଥାନ୍ତି। ସାମୂହିକ ପ୍ରାର୍ଥନା ମାଧ୍ୟମରେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କୁ ସ୍ମରଣ କରିଥାନ୍ତି। ହେଲେ ଲକ୍‌ଡାଉନ୍‌ ଯୋଗୁ ସମସ୍ତ ଚର୍ଚ୍ଚ ବନ୍ଦ ଥିବାରୁ ଘର ଭିତରେ ପରିବାର ସଦସ୍ୟଙ୍କ ସହିତ ଗୁଡ୍‌ ଫ୍ରାଇଡେ’ ପାଳନ କରି ଲୋକେ ଏହି ମହାନ ଦିବସକୁ ସ୍ମରଣ କରିଛନ୍ତି। ତେଣୁ ଲୋକେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ ସୋସିଆଲ ମିଡ଼ିଆରେ ପରସ୍ପରକୁ ଏହି ଦିନର ଶୁଭେଚ୍ଛା ଜଣାଇଛନ୍ତି। ମଣିଷ ସମାଜର ଉଦ୍ଧାର ପାଇଁ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ତ୍ୟାଗ, ବଳିଦାନକୁ ସ୍ମରଣ କରି ତାଙ୍କ ୭ଟି ବାଣୀକୁ ମାର୍ଗଦର୍ଶକ ଭାବେ ଗ୍ରହଣ କରିଛନ୍ତି। କରୋନା କବଳରୁ ସମଗ୍ର ବିଶ୍ୱକୁ ମୁକ୍ତ କରିବାକୁ ପ୍ରାର୍ଥନା କରିଛନ୍ତି। ଏହାସହ କରୋନା ଯୁଦ୍ଧରେ ଯୋଦ୍ଧାଭାବେ ଆଗଧାଡ଼ିରେ ଲଢୁଥିବା ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ମଙ୍ଗଳ କାମନା କରିଛନ୍ତି ଖ୍ରୀଷ୍ଟ ଧର୍ମାବଲମ୍ବୀ।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ…

୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା

ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri