ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଟଙ୍କା, ସୁନା ନେଇଗଲେ ଦୁର୍ବୃତ୍ତ

ଭବାନୀପାଟଣା,୧୩।୧୨(ଡି.ଏନ୍‌ଏ.): କଳାହାଣ୍ଡି ଜିଲା ଥୁ.ରାମପୁର ଥାନା ଅନ୍ତର୍ଗତ ଫଟକିମହୁଲ ଗ୍ରାମରେ ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଆକ୍ରମଣ କରିବା ସହ ଟଙ୍କା, ସୁନା ଓ ଟିଭି ନେଇ ଯାଇଛନ୍ତି। ସେମାନଙ୍କ ଆକ୍ରମଣରେ ମହିଳାଜଣକ ଗୁରୁତର ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ମୁତାବକ ବିଳମ୍ବିତ ରାତିରେ ଥୁଆମୂଳ ରାମପୁର ବ୍ଲକ ଗୋପୀନାଥପୁରର ପଞ୍ଚାୟତ ଅନ୍ତର୍ଗତ ଫଟକିମହୁଲର ବିଶ୍ୱନାଥ ମାଝିଙ୍କ ଘରର କବାଟ ଭାଙ୍ଗି ଦୁର୍ବୃତ୍ତ ଘରେ ପଶିଥିଲେ। ସେମାନେ ବିଶ୍ୱନାଥଙ୍କୁ ପ୍ରଥମେ ମାରଣାସ୍ତ୍ର ଦେଖାଇ ଭୟଭୀତ କରାଇ ଥିଲେ। ପରେ ତାଙ୍କ ସ୍ତ୍ରୀ ମଣୀ (୩୫)ଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ପରେ ୨୦ ହଜାର ଟଙ୍କା, ଦୁଇ ଭରି ସୁନା ଓ ଏକ ଏଲ୍‌ଇଡି ଟିଭି ନେଇ ଯାଇଥିଲେ। ଗୁରୁତର ଅବସ୍ଥାରେ ମଣିଙ୍କଙ୍କୁ ଥୁ.ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ବିଶ୍ୱନାଥ ଥୁ.ରାମପୁର ଥାନାରେ ଲିଖିତ ଅଭିଯୋଗ ହୋଇଛିି। ଥାନା ଅଧିକାରୀ ମନୋରଞ୍ଜନ କୁମ୍ଭାର ଏକ ମାମଲା ରୁଜୁ କରି ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri