ଘରେ ସଉଦା ଯୋଗାଇବ ସ୍ୱିଗି

ଭୁବନେଶ୍ୱର,୨୯ା୩(ବ୍ୟୁରୋ): କୋଭିଡ୍‌-୧୯ର ସଂକ୍ରମଣକୁ ଏଡ଼ାଇବା ସହ ଜନସାଧାରଣଙ୍କ ସୁବିଧାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଗୁରୁତ୍ୱ ଦେଇଛି। ୨୧ଦିନର ଲକ୍‌ଡାଉନ୍‌କୁ ଲକ୍ଷ୍ୟ କରି ବିଏମ୍‌ସି ରନ୍ଧା ଖାଦ୍ୟ ପରିବହନ କରି ଜନସାଧାରଣଙ୍କୁ ଦେଉଥିବା ଘରୋଇ ସଂସ୍ଥା ‘ସ୍ୱିଗି’ ସହ ହାତ ମିଳାଇଛି। ଏଣିକି ସ୍ୱିଗି ମଧ୍ୟ ଅନ୍ୟ ମଲ ଓ ଷ୍ଟୋର ଭଳି ଭୁବନେଶ୍ୱରବାସୀଙ୍କ ଘରେ ଅତ୍ୟାବଶକୀୟ ସାମଗ୍ରୀ ଯୋଗାଇବ। ଏହି ସାମ୍ପ୍ରତିକ ସ୍ଥିତିରେ ଜନସାଧାରଣଙ୍କ ସହଯୋଗ କରିବା ପାଇଁ ବିଏମ୍‌ସି ସ୍ୱିଗିକୁ ଏହି ଦାୟିତ୍ୱ ଦେଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।
ଏ ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ଏସିଏଲ୍‌)ର ଜେନେରାଲ୍‌ ମ୍ୟାନେଜର (ପ୍ରଶାସନିକ) କମଲଜିତ୍‌ ଦାସ କହିଛନ୍ତିି, ସ୍ୱିଗି ଦ୍ୱାରା କାର୍ଯ୍ୟରତ ଡେଲିଭରି କର୍ମଚାରୀମାନେ ଭୁବନେଶ୍ୱରର ଗଳିକନ୍ଦି ସହ ଭଲ ଭାବେ ପରିଚିତ। ତେଣୁ ଲୋକଙ୍କ ସୁବିଧା ପାଇଁ ବିଏମ୍‌ସି ଏହି କାର୍ଯ୍ୟ ହାତକୁ ନେଇଛି। ଏଥିରେ ଲୋକ ବିଶେଷ ଭାବେ ଉପକୃତ ହେବାବେଳେ ସ୍ୱିଗି ମଧ୍ୟ ଉପକୃତ ହେବ। ଲକ୍‌ ଡାଉନ୍‌ ଘୋଷଣା ହୋଇଥିବା ବେଳେ ସଉଦା ଆଣିବା ବାହାନା ଦର୍ଶାଇ ବହୁ ଲୋକ ବାହାରକୁ ବାହାରୁଛନ୍ତି। ଭୁବନେଶ୍ୱରରେ ୩ କରୋନା ସଂକ୍ରମିତ ଚିହ୍ନଟ ହୋଇସାରିବା ପରେ ଲୋକମାନେ ଯେପରି ଜମାରୁ ଘରୁ ନ ବାହାରନ୍ତୁ ସେ ପାଇଁ ଏହି ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତି। ଏହା ପୂର୍ବରୁ ମଧ୍ୟ ବିଏମ୍‌ସି ପକ୍ଷରୁ ରାଜଧାନୀର ୨୮ଟି ମଲ୍‌ ଏବଂ ଷ୍ଟୋର କର୍ତ୍ତୃପକ୍ଷଙ୍କ ସହ ହୋମ ଡେଲିଭରି ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri