ଘରୋଇ କଲେଜ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ:ହତ୍ୟା ଅଭିଯୋଗ ଆଣିଲେ ବାପା

ବଡ଼ମ୍ବା,୯ା୯(ଡି.ଏନ.ଏ.): କଟକ ଜିଲା ବଡ଼ମ୍ବା ବ୍ଲକ ଅଧୀନ ବିଧାରପୁରଠାରେ ଥିବା ଏକ ଘରୋଇ କଲେଜ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କ ରବିବାର ରାତିରେ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତ ଛାତ୍ର ହେଲେ ସୂର୍ଯ୍ୟକାନ୍ତ ସାମଲ(୧୭)। କଲେଜ କର୍ତ୍ତୃପକ୍ଷ ଏହାକୁ ଆତ୍ମହତ୍ୟା ବୋଲି କହୁଥିବାବେଳେ ମୃତ ଛାତ୍ରଙ୍କ ବାପା ସୋମବାର ମାଣିଆବନ୍ଧ ଫାଣ୍ଡିରେ ହତ୍ୟା ଅଭିଯୋଗ କରିଛନ୍ତି। ପୋଲିସ ଏକ ହତ୍ୟା ମାମଲା ନଂ-୧୮୩/୧୯ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏଥିସହିତ ଘଟଣାସ୍ଥଳରୁ ପୋଲିସ ଏକ ସୁଇସାଇଡ ନୋଟ୍‌ ଜବତ କରିଛି।
ସୂଚନା ଅନୁସାରେ, ଢେଙ୍କାନାଳ ଜିଲା ବାଲିମୀ ଥାନା ଅଧୀନ ଗାରିଲୋ ଗ୍ରାମର ତାପସ ସାମଲଙ୍କ ପୁଅ ସୂର୍ଯ୍ୟକାନ୍ତ ଚଳିତ ବର୍ଷ ଏଠାରେ ନାମ ଲେଖାଇଥିଲେ। ୨ ମାସ ହେବ ସେ କଲେଜ ହଷ୍ଟେଲରେ ରହୁଥିଲେ। ସବୁକିଛି ଠିକ୍‌ଠାକ୍‌ ଥିବାବେଳେ ରବିବାର ରାତିରେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା କଲେଜ କର୍ତ୍ତୃପକ୍ଷ ତାଙ୍କ ଘର ଲୋକଙ୍କୁ ଜଣାଇଥିଲେ। ଏହାପରେ ଛାତ୍ରଙ୍କ ପରିବାର ଲୋକେ ପହଞ୍ଚତ୍ ଘଟଣା ସମ୍ପର୍କରେ ବୁଝିବା ପରେ ଫାଣ୍ଡିରେ ଅଭିଯୋଗ କରିଥିଲେ। ବଡ଼ମ୍ବା ଥାନା ଓ ମାଣିଆବନ୍ଧ ଫାଣ୍ଡି ଅଧିକାରୀ ପହଞ୍ଚତ୍ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରାଇ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଏ ସମ୍ପର୍କରେ କଲେଜ କର୍ତ୍ତୃପକ୍ଷ କହିଛନ୍ତି, ଛାତ୍ର ଜଣକ ତାଙ୍କ ରୁମ୍‌ରେ ଏକ ପଙ୍ଖାରେ ଝୁଲି ଆତ୍ମହତ୍ୟା କରିଛନ୍ତି। ଥାନା ଅଧିକାରୀ ଜ୍ଞାନରଞ୍ଜନ ମିଶ୍ରଙ୍କୁ ପଚାରିବାରେ ସେ କହିଥିଲେ, ପ୍ରାଥମିକ ପର୍ଯ୍ୟାୟରେ ଛାତ୍ରଙ୍କ ମୃତ୍ୟୁ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ତାଙ୍କ ବାପାଙ୍କ ଅଭିଯୋଗ କ୍ରମେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି। ପୋଲିସର ତଦନ୍ତ ଓ ବ୍ୟବଚ୍ଛେଦ ରିପୋର୍ଟ ଆସିବାପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri