ଘରୋଇ ଛାତ୍ରୀଛାତ୍ରଙ୍କୁ ମିଳୁନି ପାଠ୍ୟପୁସ୍ତକ, ପାଠପଢ଼ା ବ୍ୟାହତ

ଚିଲିକା,୨୧ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷର ଚାରିମାସ ବିତି ଯାଇଥିଲେ ସୁଦ୍ଧା ଛାତ୍ରୀଛାତ୍ରଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ପାଠ୍ୟପୁସ୍ତକ ମିିଳିପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ପିଲାମାନେ ବାଧ୍ୟ ହୋଇ ପୁରୁଣା ବହି ଜେରକ୍ସ କରି ଖର୍ଚ୍ଚାନ୍ତ ହେବା ସହ ହଟହଟା ହେଉଛନ୍ତି। ଏଭଳି ସମସ୍ୟା ଯୋଗୁ ବିଶେଷ କରି ବାଣପୁର, ଚିଲିକା, ଟାଙ୍ଗୀ ବ୍ଲକର ଘରୋଇ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାହତ ଘଟୁଛି। ଫଳରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅବହେଳା କରାଯାଉଛି ବୋଲି ବିଭିନ୍ନ ମହଲରେ ଅଭିଯୋଗ ହେଉଛି ।
ସୂଚନାଯୋଗ୍ୟ, ସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ବହି ସିଧାସଳଖ ସରକାରୀ ଛପାଖାନାରୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଆସିଥାଏ । ଏହା ସରକାରୀ ବିଦ୍ୟାଳୟକୁ ପଠାଇ ଦିଆଯାଏ । ମାତ୍ର ଘରୋଇ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ନିର୍ଦ୍ଧାରିତ ମୂଲ୍ୟରେ କିଣିବା ବହି ପ୍ରତିବ୍ଲକକୁ ନ ଆସି କେତୋଟି ବ୍ଲକ ପାଇଁ ଗୋଟିଏ ବ୍ଲକରେ ଡ଼ିପୋ ହୋଇଥାଏ । ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ଟାଙ୍ଗୀ, ଚିଲିକା, ବାଣପୁର ବ୍ଲକର ଘରୋଇ କାର୍ଯ୍ୟାଳୟରେ ଡିପୋ ଖୋଲାଯାଇଛି । ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ହେବାରୁ ଘରୋଇ ଅନୁଷ୍ଠାନର ଛାତ୍ରୀଛାତ୍ର ପୁରୁଣା ବହିକୁ ଜେରକ୍ସ କରି ବହି ପିଛା ୬୦ରୁ ୧୦୦ଟଙ୍କା ଖର୍ଚ୍ଚ କରୁଛନ୍ତି ।
ଏ ସମ୍ପର୍କରେ ବାଣପୁର ବିଇଓ ସନାତନ ଜାଲି କହନ୍ତି, ଠିକ୍‌ ସମୟରେ ଘରୋଇ ସ୍କୁଲ ସେମାନଙ୍କର ଆବଶ୍ୟକ ବହି ତାଲିକା ଦେଉନାହାନ୍ତି । ଫଳରେ ପ୍ରେସ୍‌କୁ ଯାଇପାରୁନି । ଯେତିକି ବହି ଆସିଛି ତାକୁ ବଣ୍ଟାଯାଇଛି ।
ଅପରପକ୍ଷରେ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷମାନେ କହିଛନ୍ତି, ଆମେ ବାରମ୍ବାର ଟଙ୍କା ଓ ତାଲିକା ନେଇ ‘ବୁକ୍‌ ଡିପୋ’କୁ ଗଲେ ମଧ୍ୟ ବହି ନାହିଁ ବୋଲି ଶୁଣି ଫେରି ଆସୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri