ଘରୋଇ ଜମିରେ ଆମ ଗାଁ ଆମ ବିକାଶ ଗୃହ ନିର୍ମାଣକୁ ନେଇ ବିବାଦ: ଅଭିଯୋଗ ସତ୍ତ୍ୱେ ନିଆଯାଉନି କାର୍ଯ୍ୟାନୁଷ୍ଠାନ

ରସୁଲପୁର,୧୦ା୧(ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଂଚାୟତର ଇଚ୍ଛାପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଅର୍ଥ ବିନିଯୋଗ କରି ଏକ ଗୋଷ୍ଠୀ କେନ୍ଦ୍ର ନିର୍ମାଣ କରାଯାଉଛି। ଉକ୍ତ ନିର୍ମାଣ କାର୍ଯ୍ୟ ଘରୋଇ ଜମିରେ କରାଯାଉଛି ବୋଲି ଜମିର ମାଲିକ ଗୋବିନ୍ଦ ବାରିକ ରସୁଲପୁର ବ୍ଲକ ବିଡିଓ, ଯାଜପୁର ଜିଲାପାଳଙ୍କ ନିକଟରେ ବାରମ୍ବାର ଅଭିଯୋଗ କରି ଆସିଛନ୍ତି। ହେଲେ ଏହାକୁ ବନ୍ଦ କରିବା ପରିବର୍ତ୍ତେ ବିଭାଗୀୟ ଯନ୍ତ୍ରୀ ଓ କାର୍ଯ୍ୟ ତଦାରଖ କରୁଥିବା ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତିଙ୍କ ଭିତିରି ବୁଝାବଣାରେ ସରକାରୀ ଅର୍ଥକୁ ହଡପ୍‌ କରିବାକୁ ମସୁଧା ଚାଲିଛି। ଏହା ଜଣାପଡ଼ିବା ପରେ ଅଭିଯୋଗକାରୀ ବାରିକ ପୁର୍ନବାର ବୁଧବାର ରସୁଲପୁର ବିଡିଓ ଉମାକାନ୍ତ ପରିଡାଙ୍କୁ ଲିଖିତ ଭାବରେ ଅବଗତ କରିଥିବା ଜଣାପଡ଼ିଛି।
ଅଭିଯୋଗ ଅନୁସାରେ ଗତ ସାଧାରଣ ନିର୍ବାଚନ ପୂର୍ବରୁ ଆମ ଗାଁ ଆମ ବିକାଶ ଯୋଜନାରୁ ଇଚ୍ଛାପୁର ଗ୍ରାମରେ ଏକ ଗୋଷ୍ଠୀ କେନ୍ଦ୍ର ନିର୍ମାଣ ସକାଶେ ୩ଲକ୍ଷ ଟଙ୍କା ଓ କୋରେଇ ବିଧାୟକଙ୍କ ହାତପାଣ୍ଠିରୁ ୧ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ମୋଟ ୪ଲକ୍ଷ ଟଙ୍କା ବ୍ୟୟ କରାଯାଇ ଗୋଷ୍ଠୀ କେନ୍ଦ୍ର ନିର୍ମାଣ କରାଯାଉଛି। କେନ୍ଦ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଜମିଜମା ସମ୍ପର୍କିତ କାଗଜପତ୍ର ସମ୍ପର୍କରେ ଧ୍ୟାନ ଦିଆଯାଇ ନ ଥିଲା। ଏପରିକି ଏନେଇ ଖୋଲା ଯାଇଥିବା ଫାଇଲରେ ଜମିର କିସମ ସମ୍ପର୍କିତ ପ୍ରମାଣପତ୍ର ରଖାଯାଇ ନ ଥିଲା। ଗୃହ ନିର୍ମାଣ ଖତା ନଂ-୨୦, ପ୍ଲଟ ନଂ-୨୧୩ ଉପରେ କରାଯାଇଥିଲା। ଏହି ଜମିଟି ଗୋବିନ୍ଦ ବାରିକଙ୍କ ପିତା କପିଳ ବାରିକଙ୍କ ସ୍ଥିତିବାନ ସମ୍ପତି ଉପରେ ନିର୍ମାଣ ହୋଇଥିଲା। ଏହା ଜାଣି କଲିକତାରେ ଶ୍ରମିକ ଭାବରେ କାମ କରୁଥିବା ଗୋବିନ୍ଦ ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ସେହି ମୁତାବକ ନିର୍ମାଣ କାର୍ଯ୍ୟ ବନ୍ଦ କରାଯାଇଥିଲା। ତେବେ କିଛି ଦିନ କାମକୁ ବନ୍ଦ କରିବା ପରେ ଏବେ ତହସିଲ ପ୍ରଶାସନକୁ ପ୍ରଭାବିତ କରି ଏକ ଭୂଲ ରିପୋର୍ଟ ଅଣାଯାଇଛି। ଏହି ଆଧାରରେ ବିଲ୍‌ ଉଠାଇବାକୁ ଭିତିରି ଯୋଜନା କରାଯାଉଛି। ତହସିଲ ପକ୍ଷରୁ ରିପୋର୍ଟରେ ଉଲ୍ଲେଖ କରାଯାଇଥିବା ଖାତା, ପ୍ଲଟ ନମ୍ବର ଭିନ୍ନ ଅଟେ। ମାତ୍ର ଗୃହ ନିର୍ମାଣ ଏକ ଭିନ୍ନ ସ୍ଥାନରେ ହୋଇଛି ବୋଲି କୁହାଯାଉଛି। ଏଦିଗରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି। ଏ ସମ୍ପର୍କରେ ଗ୍ରାମ ପଞ୍ଚାୟତ ବୈଷୟିକ ଅଧିକାରିଣୀ ଅନିତା ବେହୁରାଙ୍କୁ ପଚାରିବାରୁ ତହସିଲଦାରଙ୍କ ପକ୍ଷରୁ ଜମିଜମା ସମ୍ପର୍କିତ ଏକ ରିପୋର୍ଟ ଆସିଛି। ତେବେ ତାକୁ ତର୍ଜମା କରିବା ପରେ ଯାଇ ଯାହାକିଛି ନିଷ୍ପତି ନିଆଯିବ ବୋଲି ପ୍ରକାଶ କରିଛନ୍ତି। ତେବେ ରସୁଲପୁର ବିଡିଓ ଉମାକାନ୍ତ ପରିଡାଙ୍କୁ ପଚାରିବାରୁ ଗୋଷ୍ଠୀ କେନ୍ଦ୍ରର ବିଲ୍‌ ପୈଠ କରିବା ପାଇଁ ସେ କାହାକୁ ପରାମର୍ଶ ଦେଇ ନାହାନ୍ତି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri