ଘରୋଇ ସଙ୍ଗରୋଧରେ ଥିବା ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ, ମୋବାଇଲ ଫୋନ ଜବତ

ବ୍ରହ୍ମପୁର ଅଫିସ,୧୯ା୬- ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ପଛପଟେ ଲିଙ୍ଗରାଜ ନଗରରେ ଥିବା ଏକ ଆପାର୍ଟମେଣ୍ଟରେ ଘରୋଇ ସଙ୍ଗରୋଧରେ ଥିବା ଜଣେ ଯୁବକ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ହାର୍ଦ୍ଦିକ ପଟ୍ଟନାୟକ (୨୩)। ଯୁବକ ଜଣଙ୍କ ବେକରେ ଏକ ବେଡ଼ଶିଟ ଲଗାଇ ବେଡ଼ରୁମ ଭିତରେ ଥିବା ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଥିବା ପୋଲିସ କହିଛି। ମୃତଦେହ ଜବତ କରି ନଂ. ୨୭୫/୨୦ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଯୁବକଙ୍କ ଆତ୍ମହତ୍ୟା ପଛର କାରଣ ଜଣାପଡି ନ ଥିବା ବେଳେ ପୋଲିସ ତାଙ୍କ ମୋବାଇଲ ଫୋନ ନମ୍ବର ଜବତ କରି ତଦନ୍ତ ଚଳାଇଛି। ଯୁବକ ଜଣଙ୍କ ଘରେ ସଙ୍ଗରୋଧରେ ଥିବା ବେଳେ ସେ ବୁଧବାର ରାତିରେ ଘର ବାହାରକୁ କାହିଁକି ଯାଇଥିଲେ ଏବଂ ରାତ୍ର ଭୋଜନ କେଉଁଠି ଓ କାହା ସହିତ କରିଥିଲେ ସେ ନେଇ ପୋଲିସ ଅନୁସନ୍ଧାନ କରୁଛି ବୋଲି କହିଛି। ପ୍ରକାଶ ଯେ, ଉକ୍ତ ଆପାର୍ଟମେଣ୍ଟରେ ରହୁଥିବା ଶାଶ୍ୱତ ପଟ୍ଟନାୟକ ଓ ସ୍ତ୍ରୀ ସୁଧାଂଶୁବାଳା ପଟ୍ଟନାୟକଙ୍କ ଏକ ମାତ୍ର ପୁଅ ହାର୍ଦ୍ଦିକ। ସେ ବି-ଟେକ୍‌ ପାସ କରିବା ପରେ ବାଙ୍ଗାଲୋରରେ ଏକ କମ୍ପାନୀରେ କମ୍ପ୍ୟୁଟର ଇଞ୍ଜିନିୟର ଭାବେ କାମ କରୁଥିଲେ। ସେ ଲକ୍‌ଡାଉନ୍‌ ଯୋଗୁ ବାଙ୍ଗାଲୋରରେ ଫସି ରହିଥିଲେ। ନିୟମ କୋହଳ ହେବା ପରେ ଗତ ୯ ତାରିଖରେ ବ୍ରହ୍ମପୁର ଫେରି ନିଜ ଘରେ ସଙ୍ଗରୋଧରେ ରହୁଥିଲେ। ଗୁରୁବାର ସକାଳେ ହାର୍ଦ୍ଦିିକ ନିଜ ବେଡ଼ ରୁମ୍‌ ଫ୍ୟାନରେ ଝୁଲୁଥିବା ପ୍ରଥମେ ତାଙ୍କ ମା’ ଦେଖିବାକୁ ପାଇଥିଲେ। ପରେ ବଜାରକୁ ଯାଇଥିବା ତାଙ୍କ ସ୍ବାମୀଙ୍କୁ ଖବର କରିଥିଲେ। ଉଭୟ ସ୍ବାମୀ ଓ ସ୍ତ୍ରୀ ପୁଅ ବଞ୍ଚିଥିବା ଭାବି ବେଡ଼ଶିଟ କାଟି ତଳକୁ ଓହ୍ଲାଇ ଖଟରେ ଶୁଆଇ ଦେଇଥିଲେ। ପରେ ପୋଲିସକୁ ବାପା ଶାଶ୍ୱତ ଘଟଣା ସମ୍ପର୍କରେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri