ଘସିପୁରା ଥାନା ମହିଳା ଏସ୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍‌ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ ମାମଲାର ଅନୁସନ୍ଧାନ ପାଇଁ ଯାଇଥିବା ବେଳେ ତାଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିଲା।
ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର କମଳଲୋଚନ ରାଉତଙ୍କ ପୁଅ ପଦ୍ମଲୋଚନ ଯାଜପୁର ଜିଲା ସୁକିନ୍ତା ଗ୍ରାମର ବିଳାଶ ବେଉରାଙ୍କ ଝିଅ ପଦ୍ମିନୀକୁ ବିବାହ କରିଥିଲେ। ବିବାହର କିଛି ଦିନ ପରେ ଉଭୟ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଏନେଇ ଘସିପୁରା ଥାନାରେ ହୋଇଥିବା ଅଭିଯୋଗର ତଦନ୍ତ ପାଇଁ ଏସଆଇ ଅନୁସୟା ସେଠୀ ପୋଲିସ ବାହିନୀ ସହ ଗାଁରେ ପହଞ୍ଚିଥିଲେ। ତେବେ ଦୁଇ ପରିବାର ସଦସ୍ୟଙ୍କ ସହ ଆଲୋଚନା ଚାଲିଥିବା ବେଳେ ହଠାତ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ସମୟରେ ଏସଆଇ ସେଠୀଙ୍କୁ ଜଣେ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ଚିକତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏନେଇ ଘସିପୁରା ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ଆନନ୍ଦପୁର ଏସଡିପିଓ ବିଦ୍ୟୁତ୍‌ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri