ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବ୍ରାହ୍ମଣୀଗଁ। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଥିଲା। ରାଜେଶ ଦଳେଇ, ଦୀପକ ବଳିଆରସିଂ ଏବଂ ଗୋପିନାଥ ପାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବ୍ରାହ୍ମଣୀଗଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆହତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା ସହ ଅଟୋ ଜବତ କରିଛି। ନଂ.୧୨/୨୦ରେ ମାମଲା ରୁଜୁକରି ଅଧିକା ତଦନ୍ତ କରାଯାଉଥିବା ଥାନା ଅଧିକାରୀ ରଞ୍ଜିତ ମୁନୀ କହିଛନ୍ତି। ପ୍ରକାଶ ଯେ, ଅଟୋ (ନଂ.ଓଡି୦୭ବି-୪୬୩୩)ରେ ଯାତ୍ରୀମାନେ ବ୍ରାହ୍ମଣୀଗଁ। ଠାରୁ ଗଦାପୁର ଅଭିମୁଖେ ଯାଉଥିଲେ। ପ୍ରାୟ ୧ କିମି ଯିବା ପରେ ପୁଇଗୁଡା ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିଥିଲା।
ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…
ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍ ମ୍ୟାପ୍’ ଦେଖି ଫସିଲା ଟ୍ରକ୍, ଅଟକି ରହିଛି ଶହ ଶହ…
ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…
ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି
ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…
ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି
ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…
ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …
ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…
Archives

