ଘାସ ଉପରେ ଖାଲି ପାଦରେ ଚାଲିଲେ ମିଳିବ ଅନେକ ଫାଇଦା

ଶରୀରକୁ ସୁସ୍ଥ ରଖିବାକୁ କିଏ କେତେ ଉପାୟ ଆପଣାଉଛନ୍ତି। କିଏ ଓ୍ବର୍କ ଆଉଟ୍‌ କରୁଛି ତ ପୁଣି କିଏ ଡାଏଟିଂ। ହେଲେ ସକାଳୁ ଖାଲି ପାଦରେ ଯେଉଁମାନେ ସବୁଜ ଘାସ ଉପରେ ଚାଲୁଛନ୍ତି ସେମାନେ ନିଜକୁ ଅନ୍ୟମାନଙ୍କଠାରୁ ଅଧିକ ସୁସ୍ଥ ରଖିପାରୁଛନ୍ତି। କାରଣ ସକାଳୁ ଖାଲି ପାଦରେ ଘାସରେ ଚାଲିବା ସମୟରେ ଦେହରେ ପଡୁଥିବା ସୂର୍ଯ୍ୟକିରଣ  ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ ବୋଲି ଗବେଷକମାନେ କହିଛନ୍ତି।
-ଶୀତଦିନେ ଖାଲି ପାଦରେ ସକାଳେ ଘାସ ଉପରେ ଚାଲିଲେ ଶରୀରର ତାପମାତ୍ରା ନିୟନ୍ତ୍ରଣରେ ରହିଥାଏ। ଏହାଦ୍ୱାରା ଥଣ୍ଡା ସର୍ଦ୍ଦି ଭଳି ସମସ୍ୟା ସହଜରେ ଦୂରେଇ ଯାଇଥାଏ।
-ଖାଲି ପାଦରେ ଘାସରେ ଚାଲିଲେ ଏହା ଆକ୍ୟୁପ୍ରେସର ଭଳି କାମ ଦେଇଥାଏ। ହାତ ଗୋଡ ସହ ଶରୀରର ସମସ୍ତ ଶିରା ପ୍ରଶିରା ଯୋଡି ହୋଇଥିବାରୁ ଚାଲିବା ବେଳେ ପାଦରେ ଚାପ ପଡିଥାଏ। ଫଳରେ ରକ୍ତ ସଞ୍ଚାଳନ ଠିକ୍‌ ହେବା ସହ ହୃଦ୍‌ଘାତ ହେବାର ଆଶଙ୍କା କମିଥାଏ। ଏପରିକି ହାର୍ଟରେ ବ୍ଲକେଜ୍‌ ହେବା ସମସ୍ୟା ମଧ୍ୟ ଦୂରେଇ ଯାଇଥାଏ।
-ଏହାଦ୍ୱାରା ମାଂସପେଶୀ ସକ୍ରିୟ ହେବା ସହିତ ଏହାସହ ଜଡିତ ସମସ୍ତ ସମସ୍ୟାର ସମାଧାନ ହୋଇଥାଏ।
-ଯେଉଁମାନେ ନିୟମିତ ଖାଲି ପାଦରେ ସବୁଜ ଘାସ ଉପରେ ଚାଲୁଛନ୍ତି ସେମାନଙ୍କ ନିକଟରେ ଚିନ୍ତା, ନିଦ୍ରାହୀନତା, ଆଥର୍‌ରାଇଟିସ୍‌, ଆଜ୍‌ମା ଏବଂ ଅଷ୍ଟିଓପୋରୋସିସ୍‌ ଭଳି ସମସ୍ୟା ଦେଖାଦେଇ ନ ଥାଏ।
-ବଡ କଥା ହେଉଛି ଘାସ ଉପରେ ଚାଲିଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri