Posted inଖେଳ

ଘୁଞ୍ଚିପାରେ ୟୁଏସ୍‌ ଓପନ୍‌

ନ୍ୟୁୟର୍କ,୧୮।୩(ଏଏଫପି)- କରୋନା ଭାଇରସ୍‌ ଯୋଗୁ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ପରେ ଏବେ ୟୁଏସ୍‌ ଓପନ ଇଭେଣ୍ଟ ଉପରେ କଳାବାଦାଲ ଛାଇ ହୋଇଯାଇଛି। ଇଭେଣ୍ଟକୁ ଅଗଷ୍ଟ ଶେଷ ସପ୍ତାହକୁ ଘୁଞ୍ଚାଇ ଦିଆଯାଇପାରେ। ଅନ୍ୟ ମେଜର ଚାମ୍ପିୟନଶିପ୍‌ ଆୟୋଜକ, ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ, ଏଟିପି ଓ ଡବ୍ଲ୍ୟଟିଏ ଟୁର୍‌ ସହ ଆଲୋଚନା ପରେ ହିଁ ତାରିଖ ଧାର୍ଯ୍ୟ ହୋଇପାରିବ ବୋଲି ୟୁଏସ୍‌ ଟେନିସ ଆସୋସିଏଶନ (ୟୁଏସ୍‌ଟିଏ)ପକ୍ଷରୁ କୁହାଯାଇଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏକତରଫା ନିଆଯାଇପାରିବ ନାହିଁ ବୋଲି ୟୁଏସ୍‌ଟିଏ ପକ୍ଷରୁ ବିବୃତିରେ କୁହାଯାଇଛି। ପ୍ରକୃତରେ ୟୁଏସ୍‌ ଓପନ ନ୍ୟୁୟର୍କର ଫ୍ଲଶିଂ ମିଡୋସଠାରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ହେବାର ଥିଲା। ଏହାକୁ ଗୋଟିଏ ସପ୍ତାହ ଘୁଞ୍ଚାଇ ଦିଆଯାଇପାରେ। ୟୁଏସ୍‌ଟିଏ ପକ୍ଷରୁ ଚଳିତ ବର୍ଷର ୟୁଏସ୍‌ ଓପନ ଆୟୋଜନ ପାଇଁ ଯୋଜନା ଚାଲିଛିି। ଏବେ କୌଣସି ପରିବର୍ତ୍ତନ ଲାଗି ସମୟ ଆସିନାହିଁ। ଆମେ ସମସ୍ତ ବିକଳ୍ପ ଓ ସମ୍ଭାବନା ଉପରେ ନଜର ରଖିଛି ବୋଲି ୟୁଏସ୍‌ଟିଏ ପକ୍ଷରୁ କୁହାଯାଇଛି। ଏଥିପୂର୍ବରୁ ଚଳିତ ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଫ୍ରେଞ୍ଚ ଓପନ୍‌ ସୋମବାର ସେପ୍ଟେମ୍ବରକୁ ଘଞ୍ଚାଇ ଦିଆଯାଇଥିଲା। ଏହି ଇଭେଣ୍ଟ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୪ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଫ୍ରେଞ୍ଚ ଟେନିସ ଫେଡେରେଶନ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri