ଘୁମୁରା, ସାନ୍ତାଳୀ ନୃତ୍ୟରେ ଝୁମିଲେ ଦର୍ଶକ

ପାଲଲହଡ଼ା, ୧୨ା୩(ଡି.ଏନ.ଏ.) ପାଲଲହଡ଼ାରେ ଚାଲିଥିବା ମାଲ୍ୟଗିରି ମହୋତ୍ସବ-୨୦୨୦ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସାରେ ବିଭିନ୍ନ ସାଂସ୍କୃତିକ ଦଳର ଲୋକଗୀତ, ଲୋକନୃତ୍ୟରେ ବେଶ୍‌ ଜମିଥିଲା ସାଂସ୍କୃତିକ ଆସର I ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ଦ୍ୱାରା ପରିବେଷିତ ଚାଙ୍ଗୁ ନୃତ୍ୟ, ଘୁମୁରା, ସାନ୍ତାଳୀ, ସମ୍ବଲପୁରୀ ସହ ଆଧୁନିକ ଏବଂ ଓଲିଉଡ଼ ଗାୟକଙ୍କ ସଙ୍ଗୀତରେ ଦର୍ଶକ ଝୁମିଥିଲେ।
ପ୍ରଥମ ପର୍ଯ୍ୟାୟରେ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ସାନ୍ତାଳୀ ନୃତ୍ୟ ଏବଂ ସାନ୍ତାଳୀ ବାହାଘର ପ୍ରଦର୍ଶିତ ହୋଇଥିଲା। ପରେ ବଲାଙ୍ଗୀରରୁ ଆସିଥିବା କଳାକାରମାନେ ସମ୍ବଲପୁରୀ ଏବଂ ଡାଲଖାଇ ନୃତ୍ୟ ପରିବେଷଣ କରିଥିଲେ। ଦ୍ୱିତୀୟ ଭାଗରେ ଭୁବନେଶ୍ୱର କଳାକାରଙ୍କ ଶିବ ତାଣ୍ଡବ ଦର୍ଶକଙ୍କୁ ବାନ୍ଧି ରଖିଥିଲା। ଶେଷ ପର୍ଯ୍ୟାୟରେ ଓଲିଉଡ ଗାୟିକା ଶର୍ମିଷ୍ଠା ସରକାରଙ୍କ ସଂଗୀତ ଏବଂ ଆରଡିଏକ୍ସ ଡ୍ୟାନ୍ସ ଗ୍ରୁପର ଆଧୁନିକ ନୃତ୍ୟକୁ ଦର୍ଶକ ଉପଭୋଗ କରିଥିଲେ। ଉପଖଣ୍ଡ ପ୍ରଶାସନ, ସ୍ଥାନୀୟ ମହୋତ୍ସବ କମିଟି ଏବଂ ସ୍ଥାନୀୟ ବିଧାୟକଙ୍କ ମିଳିତ ଉଦ୍ୟମରେ ଆୟୋଜିତ ଏହି ମହୋତ୍ସବର ଶେଷ ସାର ସାଧାରଣ ସଭାରେ ମୁଖ୍ୟଅତିଥି ଭାବେ ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗ ଦେଇଥିଲେ। ପରେ କମିଟି ପକ୍ଷରୁ ପ୍ରସ୍ତୁତ ସ୍ମରଣିକା ‘ଲହଡା ଜ୍ୟୋତି’କୁ ଅତିଥିମାନେ ଉନ୍ମୋଚନ କରିଥିଲେ। ପାଲଲହଡ଼ାର ପ୍ରଥମ ବିଧାୟକ ମୃତୁଞ୍ଜୟ ପାଲ, ପ୍ରଥମ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଭାବେ ଉଦୟନାଥ ସାହୁଙ୍କୁ ମରଣୋତ୍ତର ସମ୍ବର୍ଦ୍ଧନା ଦିଆଯାଇଥିଲା। ସେହିପରି ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଅଂଶ ଗ୍ରହଣ କରିଥିବା କୁଶେଲ ବଲାଇମୁଣ୍ଡା, ଅଞ୍ଚଳର ସୁପର ମଡେଲ ଭାବେ ପରିଚିତ ରିୟା ରେଶମ ବାରୀ, ମହୋତ୍ସବର ସଫଳ ଆୟୋଜନ ପାଇଁ ରବିନାରାୟଣ ପ୍ରଧାନ, ରଘୁନନ୍ଦନ ଆଚାର୍ଯ୍ୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଧାୟକ ପାଲ ସଭାପତିତ୍ୱ କରିଥିଲେ। ଉପଜିଲାପାଳ ଅଜିତ କୁମାର ପ୍ରଧାନ ଧନ୍ୟବାଦ ଦେଇଥିଲେ। ପରେ ମହୋତ୍ସବ କମିଟି ତରଫରୁ ନିମନ୍ତ୍ରିତ ଅତିଥି ମାନଙ୍କୁ ସ୍ମୃତି ଚିହ୍ନ ଦେଇ ସମ୍ମାନିତ କରାଯାଇଥିଲା। ଶେଷଦିନରେ ରାଜ୍ୟ ସରକାରଙ୍କ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ଏବଂ ଘରକରଣା ସାମଗ୍ରୀ ଷ୍ଟଲରେ ଲୋକଙ୍କ ଭିଡ଼ ଜମିଥିଲା। ଉପଖଣ୍ଡ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri