ଘୁମୁରା, ସାନ୍ତାଳୀ ନୃତ୍ୟରେ ଝୁମିଲେ ଦର୍ଶକ

ପାଲଲହଡ଼ା, ୧୨ା୩(ଡି.ଏନ.ଏ.) ପାଲଲହଡ଼ାରେ ଚାଲିଥିବା ମାଲ୍ୟଗିରି ମହୋତ୍ସବ-୨୦୨୦ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସାରେ ବିଭିନ୍ନ ସାଂସ୍କୃତିକ ଦଳର ଲୋକଗୀତ, ଲୋକନୃତ୍ୟରେ ବେଶ୍‌ ଜମିଥିଲା ସାଂସ୍କୃତିକ ଆସର I ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ଦ୍ୱାରା ପରିବେଷିତ ଚାଙ୍ଗୁ ନୃତ୍ୟ, ଘୁମୁରା, ସାନ୍ତାଳୀ, ସମ୍ବଲପୁରୀ ସହ ଆଧୁନିକ ଏବଂ ଓଲିଉଡ଼ ଗାୟକଙ୍କ ସଙ୍ଗୀତରେ ଦର୍ଶକ ଝୁମିଥିଲେ।
ପ୍ରଥମ ପର୍ଯ୍ୟାୟରେ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ସାନ୍ତାଳୀ ନୃତ୍ୟ ଏବଂ ସାନ୍ତାଳୀ ବାହାଘର ପ୍ରଦର୍ଶିତ ହୋଇଥିଲା। ପରେ ବଲାଙ୍ଗୀରରୁ ଆସିଥିବା କଳାକାରମାନେ ସମ୍ବଲପୁରୀ ଏବଂ ଡାଲଖାଇ ନୃତ୍ୟ ପରିବେଷଣ କରିଥିଲେ। ଦ୍ୱିତୀୟ ଭାଗରେ ଭୁବନେଶ୍ୱର କଳାକାରଙ୍କ ଶିବ ତାଣ୍ଡବ ଦର୍ଶକଙ୍କୁ ବାନ୍ଧି ରଖିଥିଲା। ଶେଷ ପର୍ଯ୍ୟାୟରେ ଓଲିଉଡ ଗାୟିକା ଶର୍ମିଷ୍ଠା ସରକାରଙ୍କ ସଂଗୀତ ଏବଂ ଆରଡିଏକ୍ସ ଡ୍ୟାନ୍ସ ଗ୍ରୁପର ଆଧୁନିକ ନୃତ୍ୟକୁ ଦର୍ଶକ ଉପଭୋଗ କରିଥିଲେ। ଉପଖଣ୍ଡ ପ୍ରଶାସନ, ସ୍ଥାନୀୟ ମହୋତ୍ସବ କମିଟି ଏବଂ ସ୍ଥାନୀୟ ବିଧାୟକଙ୍କ ମିଳିତ ଉଦ୍ୟମରେ ଆୟୋଜିତ ଏହି ମହୋତ୍ସବର ଶେଷ ସାର ସାଧାରଣ ସଭାରେ ମୁଖ୍ୟଅତିଥି ଭାବେ ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗ ଦେଇଥିଲେ। ପରେ କମିଟି ପକ୍ଷରୁ ପ୍ରସ୍ତୁତ ସ୍ମରଣିକା ‘ଲହଡା ଜ୍ୟୋତି’କୁ ଅତିଥିମାନେ ଉନ୍ମୋଚନ କରିଥିଲେ। ପାଲଲହଡ଼ାର ପ୍ରଥମ ବିଧାୟକ ମୃତୁଞ୍ଜୟ ପାଲ, ପ୍ରଥମ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଭାବେ ଉଦୟନାଥ ସାହୁଙ୍କୁ ମରଣୋତ୍ତର ସମ୍ବର୍ଦ୍ଧନା ଦିଆଯାଇଥିଲା। ସେହିପରି ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଅଂଶ ଗ୍ରହଣ କରିଥିବା କୁଶେଲ ବଲାଇମୁଣ୍ଡା, ଅଞ୍ଚଳର ସୁପର ମଡେଲ ଭାବେ ପରିଚିତ ରିୟା ରେଶମ ବାରୀ, ମହୋତ୍ସବର ସଫଳ ଆୟୋଜନ ପାଇଁ ରବିନାରାୟଣ ପ୍ରଧାନ, ରଘୁନନ୍ଦନ ଆଚାର୍ଯ୍ୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଧାୟକ ପାଲ ସଭାପତିତ୍ୱ କରିଥିଲେ। ଉପଜିଲାପାଳ ଅଜିତ କୁମାର ପ୍ରଧାନ ଧନ୍ୟବାଦ ଦେଇଥିଲେ। ପରେ ମହୋତ୍ସବ କମିଟି ତରଫରୁ ନିମନ୍ତ୍ରିତ ଅତିଥି ମାନଙ୍କୁ ସ୍ମୃତି ଚିହ୍ନ ଦେଇ ସମ୍ମାନିତ କରାଯାଇଥିଲା। ଶେଷଦିନରେ ରାଜ୍ୟ ସରକାରଙ୍କ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ଏବଂ ଘରକରଣା ସାମଗ୍ରୀ ଷ୍ଟଲରେ ଲୋକଙ୍କ ଭିଡ଼ ଜମିଥିଲା। ଉପଖଣ୍ଡ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri