ଘୁମୁସର ଇତିହାସ ବହୁ ପୁରୁଣା

ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ବୁଧବାର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଭାପତି ନୀଳାଞ୍ଚଳ ମୁନି ଅଧ୍ୟକ୍ଷତା କରିଥିଲେ। ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ଼.ମନ୍ମଥ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତ୍ତିବାସ ବିଶ୍ୱାଳ ପ୍ରଥମ ଅଧବେଶନରେ ନିଜ ସନ୍ଦର୍ଭ ପାଠ କରିଥିଲେ। ଏହି ଅବସରରେ ଡ.ପ୍ରଦୀପ କୁମାର ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉପଦେଷ୍ଟା ଡ. ଶ୍ୟାମାପ୍ରସାଦ ମିଶ୍ର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସମ୍ପାଦକ ତପନ ମିଶ୍ର ବିବରଣୀ ପାଠ କରିଥିଲେ। ଲୋକନାଥ ମହାନ୍ତି ଓ ସାଥୀ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଦ୍ୱିତୀୟ ଅଧିବେଶନରେ ଡ.ସନ୍ତୋଷ କୁମାର ଆପଟ୍ଟ ଅଧ୍ୟକ୍ଷତା କରିଥିଲେ। ତୃତୀୟ ଅଧିବେଶନରେ ଦାମୋଦର ଷଡ଼ଙ୍ଗୀ ଅଧ୍ୟକ୍ଷତା କରିଥିଲେ। ଉଦ୍‌ଯାପନୀ ସଭାରେ ଓଡ଼ିଶା ଇତିହାସ କଂଗ୍ରେସର ପୂର୍ବତନ ସଭାପତି ଡ.ଶିବ ପ୍ରସାଦ ଦାସ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ଡ.ସୁବାସ ଚନ୍ଦ୍ର ପ୍ରଧାନ, ନେତାଜୀ ବିଷୋୟୀ, ଶିରିଷ କୁମାର ଷଡ଼ଙ୍ଗୀ, ଦେବେନ୍ଦ୍ର କୁମାର ରଥ, ବିପିନ ବିହାରୀ ପାଢ଼ୀ, ଜୟଦେବ ଗୌଡ଼, ଗୁରୁମୂର୍ତ୍ତି ନାୟକ, ଅଶୋକ ସ୍ବାଇଁ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଡ. ରବୀନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri