ଘୂର୍ଣ୍ଣିବଳୟ ପୂର୍ବରୁ ଚାଷୀଙ୍କୁ ସତର୍କକଲା ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ତଜ୍ଜନିତ ଲଘୁଚାପ ଯୋଗୁ ଓଡ଼ିଶାର ଅଧିକାଂଶ ଜିଲାରେ ଗୁରୁବାରଠାରୁ ୧୮ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ଅଛି। ଏହା ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାରୂପ ନେବା ସମ୍ଭାବନା ଅଛି। ଏହାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସଂହପୁର, କଟକ ଓ ପୁରୀ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷାହେବା ସହ ଅଧିକ ବେଗରେ ପବନ ବହିବା ସମ୍ଭାବନା ମଧ୍ୟ ରହିଛି। ଏହି ସମୟରେ ବିଭିନ୍ନ ଫସଲ ଓ ପଶୁପାଳନର ସୁପରିଚାଳନା ପାଇଁ ନିମ୍ନୋକ୍ତ ପଦକ୍ଷେପ ଗ୍ରହଣ କରିବାକୁ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି। ଲଘୁଚାପ ଜନିତ ବର୍ଷା ପରେ ଜମିରେ ଥିବା ଡାଳୁଅ ଧାନ, ରାଶି, ନଳିତା, ବାଇଗଣ, ଲଙ୍କା, ଭେଣ୍ଡି ଓ କଖାରୁ ଜାତୀୟ ପନିପରିବା ଏବଂ ବିଭିନ୍ନ ଫୁଲଚାଷ କରାଯାଇଥିବା ଜମିରୁ ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା କରନ୍ତୁ। ଅମଳ ଉପଯୋଗୀ ଡାଳୁଅଧାନକୁ କାଟିଆଣି ସୁରକ୍ଷିତ ସ୍ଥାନରେ ସାଇତି ରଖନ୍ତୁ। ସାମୟିକ ଭାବେ କୀଟନାଶକ ସିଞ୍ଚନ ଓ ଜଳସେଚନ ବନ୍ଦ ରଖନ୍ତୁ। ଆମ୍ବ, କଦଳୀ ଓ ଅମୃତଭଣ୍ଡା ପାକଳ ଅବସ୍ଥାରେ ଥିଲେ ପବନ ବହିବା ପୂର୍ବରୁ ତାକୁ ତୋଳି ଦିଅନ୍ତୁ। କାଜୁବାଦାମ ଅମଳ ଅବସ୍ଥାରେ ଥିଲେ ଏହାର ମଞ୍ଜିକୁ ତୋଳି ଶୁଖାଇ ରଖନ୍ତୁ। ଆଭ୍ୟନ୍ତରୀଣ ଜିଲାରେ ଘଣ୍ଟା ପ୍ରତି ୪୦-୫୦କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏହାଦ୍ୱାରା ଝଡ଼ିପଡ଼ିଥିବା କଞ୍ଚା ଆମ୍ବ ଖାଇବା ଉପଯୋଗୀ ନ ହେଲେ ସେଗୁଡ଼ିକୁ ସଂଗ୍ରହକରି ପାଣିରେ ୨୪ଘଣ୍ଟା ଭିଜାଇରଖି ମାଟିରେ ପୋତନ୍ତୁ। ଏହାଦ୍ୱାରା ଟାକୁଆଘୁଣି ପୋକର ପ୍ରାଦୁର୍ଭାବ କମାଯାଇପାରିବ। ବର୍ଷା ଯୋଗୁ ଲଟାଜାତୀୟ ପନିପରିବା ଫସଲରେ ଶୋଷକ କୀଟ ଲାଗି ଅଗ ଭୃର୍ଷୁଙ୍ଗା ହୋଇଯିବା ଆଶଙ୍କା ରହିଛି। ବର୍ଷା ପରବର୍ତ୍ତୀ ସମୟରେ ବାଇଗଣ, ଭେଣ୍ଡି ଓ ଲଙ୍କା ପ୍ରଭୃତି ପନିପରିବାରେ ମୂଳଶଢ଼ା ରୋଗ ଦେଖାଦେବା ସମ୍ଭାବନା ରହିଛି। ଗୋରୁଗାଈଙ୍କ ପାଇଁ ଯଥେଷ୍ଟ ପରିମାଣର ଶୁଖିଲା ଖାଦ୍ୟ ଓ ପାଣି ସଞ୍ଚୟକରି ଘରେ ରଖନ୍ତୁ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ଅନୁରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri