ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି: ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ ଏଏସ୍‌ଆଇ ଟିମ୍‌ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିବ। ଗର୍ଭ ଗୃହ, ନାଟ୍ୟ ମଣ୍ଡପ, ଭୋଗ ମଣ୍ଡପ, ରୋଷ ଘର ସବୁକିଛି ଅନୁଧ୍ୟାନ ହେବ। ଏହାପରେ ୭ତାରିଖରୁ ଶ୍ରୀମନ୍ଦିର ମରାମତି କାମ ଆରମ୍ଭ ହେବ। ୧୪ତାରିଖ ସନ୍ଧ୍ୟା ସୁଦ୍ଧା ଯୁଦ୍ଧକାଳୀନ ଭିତ୍ତିରେ ଶ୍ରୀମନ୍ଦିରରେ ମରାମତି କାମ ଶେଷ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ବୁଧବାର ଭୁବନେଶ୍ୱରର ଓପେପା ସମ୍ମିଳନୀ କକ୍ଷରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ବୈଠକ ପରେ ମହାପାତ୍ର ସୂଚନା ଦେଇ କହିଛନ୍ତି, ନୀଳଚକ୍ର ସୁରକ୍ଷିତ ଅଛି। ନୀଳଚକ୍ରକୁ ଅଧିକ ସୁଦୃଢ଼ କରିବା ପାଇଁ ରାସାୟନିକ ବିଶ୍ଳେଷଣ କରାଯିବ। ସେହିପରି ସିଂହଦ୍ୱାରରେ ପଥରରେ ନିର୍ମିତ ସ୍ଥାୟୀ ଜୟ-ବିଜୟ ମୂର୍ତ୍ତି ଲାଗିବ। ବର୍ତ୍ତମାନ ପିତ୍ତଳର ମୂର୍ତ୍ତି ରଖାଯିବ। ଆସନ୍ତା ୧୬ତରିଖରେ ଜୟ-ବିଜୟ ମୂର୍ତ୍ତି ସଂସ୍ଥାପନ କରାଯିବ ବୋଲି ମହାପାତ୍ର ସୂଚନା ଦେଇଛନ୍ତି। ଗର୍ଭଗୃହରେ ଫାଟ ନାହିଁ। କିନ୍ତୁ କେତେଜଣ ସେବାୟତ ଅଭିଯୋଗ କରିଥିଲେ। ତେଣୁ ତାହା ଅନୁଧ୍ୟାନ କରାଯିବ ବୋଲି ସେ କହିଛନ୍ତି। ଦୁଇଦିନ ଧରି ଏଏସ୍‌ଆଇ ଟିମ୍‌ ଅନୁଧ୍ୟାନ କରିବ। ଯେଉଁଠି ଅଧିକ କ୍ଷତି ହୋଇଥିବ, ତାହା ଅଧିକ ଦିନ ଲାଗିପାରେ। ତେବେ ସେମିତି ଅଧିକ କ୍ଷତି ହୋଇ ନ ଥିବା ଆଶା କରାଯାଉଛି ବୋଲି ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ କହିଛନ୍ତି। ବୈଠକରେ ପୂର୍ତ୍ତ ବିଭାଗ ସଚିବ କ୍ରୀଷ୍ଣନ କୁମାରଙ୍କ ସହ ଏଏସ୍‌ଆଇ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri