ଚକାଫାଟିବାରୁ ଦୁର୍ଘଟଣା: ଡିଭାଇଡର ଡେଇଁ ଅନ୍ୟ କାର ସହ ପିଟିହେଲା ଓ୍ବାଗ୍‌ନର, ୩ ଗୁରୁତର

ଭୁବନେଶ୍ୱର,୧୯।୫(ବ୍ୟୁରୋ)- ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟବିହାର ଓଭରବ୍ରିଜ୍‌ ଉପରେ ଶନିବାର ରାତି ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଚକା ଫାଟିଯିବାରୁ ଏକ ଓ୍ବାଗନର କାର (ଓଆର୦୨ବିଭି୯୦୦୮) ଭାରସ୍ୟାମ ହରାଇ ଡିଭାଇଡର ଡେଇଁ ଅନ୍ୟ ଏକ ଜୁପିଟର କାର (ଓଆର୦୨ବିଏ୬୩୯୯)କୁ ଜୋର୍‌ରେ ଧକ୍କା ଦେଇ ଓଲଟି ପଡିଛି। ଫଳରେ ଉଭୟ ଗାଡିରେ ଥିବା ୩ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବାରୁ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। ଆହତଙ୍କ ମଧ୍ୟରେ ଓ୍ବାଗନର ଡ୍ରାଇଭର ନୟାପଲ୍ଲୀ ନିଉ କଲୋନୀ ଏଲ୍‌ଆଇଜି-୨୫୫ରେ ରହୁଥିବା ଆରିୟାନ ସାମଲ, ସେଥିରେ ବସିଥିବା ସୁବଳ ଦଳେଇ ଓ ଜୁପିଟର କାର୍‌ ଡ୍ରାଇଭର ଜାଗମରାର ସନ୍ତୋଷ କୁମାର ପଣ୍ଡା। ଦୁର୍ଘଟଣାଗ୍ରସ୍ତ ଦୁଇ କାର୍‌ ରାସ୍ତା ଉପରେ ପଡ଼ି ରହିବାରୁ ଅଧଘଣ୍ଟା ଧରି ସେଠାରେ ଗାଡି ମୋଟର ଅଟକି ରହିଥିଲା। ଖବର ପାଇ ଶହୀଦନଗର ପୋଲିସ ପହଞ୍ଚତ୍ ରାସ୍ତା ଉପରୁ ଗାଡି ହଟାଇବା ପରେ ଚଳାଚଳା ସ୍ବାଭାବିକ ହୋଇଥିଲା।

ସୂଚନା ଅନୁଯାୟୀ, ଓ୍ବାଗ୍‌ନର କାର୍‌ଟି ଦ୍ରୁତ ଗତିରେ ଜୟଦେବ ବିହାର ପଟୁ ରସୁଲଗଡ ଅଭିମୁଖେ ଯାଉଥିଲା। ଆଚାର୍ଯ୍ୟବିହାର ଛକ ନିକଟରେ ଓ୍ବାଗନର କାର୍‌ର ଡାହାଣ ଚକା ହଠାତ୍‌ ଫାଟି ଯାଇଥିଲା। ଫଳରେ କାର୍‌ଟି ଭାରସ୍ୟାମ ହରାଇ ବାରମ୍ବାର ଓଲଟି ଡିଭାଇଡର ପାରହୋଇ ଅପରପାର୍ଶ୍ୱ ରାସ୍ତାରେ ଜୟଦେବବିହାର ଅଭିମୁଖେ ଯାଉଥିବା ଜୁପିଟର କାର ଉପରେ ପଡିଥିଲା। ଫଳରେ ଜୁପିଟର କାର ପୂରା ଚେପା ହୋଇ ଚୁର୍‌ମାର ହୋଇଯାଇଥିଲା। ଡ୍ରାଇଭର ସନ୍ତୋଷ ପଣ୍ଡା ଭିତରେ ଚାପି ହୋଇଯାଇଥିଲେ। ତାଙ୍କ ମୁଣ୍ଡ, ମୁହଁ ସମେତ ଅନ୍ୟ ସ୍ଥାନରେ ପ୍ରବଳ ମାଡ଼ ହୋଇଥିଲା। ଦୁଇଟି କାର୍‌ରେ ଥିବା ୩ଜଣ ଚିତ୍କାର କରୁଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri