Posted inଜାତୀୟ

ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ଝାଡ଼ଖଣ୍ଡର ୪ଟି ଜିଲାର ୧୫ ଆସନ ପାଇଁ ମତଦାନ ଆରମ୍ଭ

ରାଞ୍ଚି,୧୬।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ସକାଳ ୭ଟାଠାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୧୫ଟି ବିଧାନସଭା ଆସନ ପାଇଁ ମତଦାନ କରାଯାଉଥିବାବେଳେ ମଇଦାନରେ ୨୨୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ ୨୩ ମହିଳା ଏବଂ ୧୯୮ ପୁରୁଷ ପ୍ରାର୍ଥୀ ରହିଛନ୍ତି। ବୋକାରୋ ଆସନରେ ସର୍ବାଧିକ ୨୫ ଜଣ ନିର୍ବାଚନ ଲଢୁଛନ୍ତି। ସେହିପରି ସର୍ବନିମ୍ନ ୮ ଜଣ ପ୍ରାର୍ଥୀ ନିରସା ବିଧାନସଭା ଆସନରୁ ଲଢୁଛନ୍ତି। ବୋକାରୋ ଏବଂ ଝରିଆରେ ସର୍ବାଧିକ ୫ ଜଣ ଲେଖାଏଁ ମହିଳା ପ୍ରାର୍ଥୀ ନିର୍ବାଚନ ମଇଦାନରେ ରହିଛନ୍ତି। ତେବେ ମଧୁପୁର, ଚନ୍ଦନକ୍ୟାରୀ, ସିନ୍ଦରୀ ଏବଂ ଟୁଣ୍ଡି ଆସନରେ କୌଣସି ମହିଳା ପ୍ରାର୍ଥୀ ନାହାଁନ୍ତି। ୫୯ ଜଣ ନିର୍ଦ୍ଦଳୀୟ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ ୧୦ ମହିଳା ଏବଂ ୪୯ ପୁରୁଷ ଅଛନ୍ତି। ୪୭ ଲକ୍ଷ ୮୫ ହଜାର ୯ଜଣ ଭୋଟର ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି। ସେମାନଙ୍କ ମଧ୍ୟରେ ୨୫ ଲକ୍ଷ ୪୦ ହଜାର ୭୯୪ ପୁରୁଷ ଭୋଟର ଥିବାବେଳେ ୨୨ ଲକ୍ଷ ୪୪ ହଜାର ୧୩୪ ମହିଳା ଭୋଟର ଅଛନ୍ତି। ସେହିପରି ୮୧ ଜଣ କିନ୍ନର ଅଛନ୍ତି। ଏହି ପର୍ଯ୍ୟାୟରେ ୯୫ ହଜାର ୭୯୫ ଜଣ ନୂଆ ଭୋଟର ନିଜର ମତଦାନ ଅଧିକାର ସାବ୍ୟସ୍ତ କରୁଥିବା । ଅବାଧ ଓ ଶାନ୍ତିପୂର୍ଣ୍ଣ ମତଦାନ ଲାଗି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୂଚନାଯୋଗ୍ୟ ୨୦୧୪ରେ ଭାଜପା ଏହି ଆସନ ମଧ୍ୟରୁ ୧୨ଟିରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri