Posted inଖେଳ

ଚତୁର୍ଥ ରାଉଣ୍ଡରେ ଫେଡରର, ଜୋକୋଭିଚ୍‌, ସିଲିକ

ମେଲବୋର୍ନ, ୨୫।୧(ଏଏଫପି)- ଅଷ୍ଟ୍ରେଲିଆନ ଓପନ ପୁରୁଷ ସିଙ୍ଗଲ୍ସରେ ଶୁକ୍ରବାର ସିଡେଡ ଖେଳାଳିମାନେ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସୁଇଜରଲାଣ୍ଡର ଅଭିଜ୍ଞ ଖେଳାଳି ତୃତୀୟ ସିଡ୍‌ ରୋଜର ଫେଡରର ମାରାଥନ ୪-୬, ୭-୬, ୬-୪, ୪-୬, ୭-୬ ସେଟ୍‌ରେ ଅଷ୍ଟ୍ରେଲିଆର ଜନ୍‌ ମିଲମ୍ୟାନଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ହଙ୍ଗେରୀର ମାର୍ଟନ ଫୁକ୍‌ସୋଭିକ୍ସଙ୍କୁ ଭେଟିବେ। ମାଟର୍ନ ୬-୧,୬-୧,୬-୪ ସେଟ୍‌ରେ ଟୋମି ପଲ୍‌ଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ କ୍ରୋଏସିଆର ମାରିନ ସିଲିକ ଓ ୩୨ତମ ସିଡ୍‌ କାନାଡାର ମିଲୋସ ରାଓନିକ ପରସ୍ପରକୁ ଭେଟିବେ। ସିଲିକ ତୃତୀୟ ରାଉଣ୍ଡରେ ନବମ ସିଡ ରବର୍ଟ ବାତିସ୍ତା ଅଗୁଟଙ୍କୁ ୬-୭, ୬-୪,୬-୦, ୫-୭, ୬-୩ ସେଟ୍‌ରେ ଓ ରାଓନିକ ୭-୫, ୬-୪, ୭-୬ ସେଟ୍‌ରେ ଷଷ୍ଠ ସିଡ୍‌ ଗ୍ରୀସର ଷ୍ଟିଫାନୋସ ସିତିସ୍‌ପାସଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ସର୍ବିଆର ଦ୍ୱିତୀୟ ସିଡ ଖେଳାଳି ନୋଭାକ ଜୋକୋଭିଚ୍‌ ୬-୩, ୬-୨, ୬-୨ ସେଟ୍‌ରେ ଜାପାନର ୟୋସିହିଟୋ ନିଶିଓକାଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେ ଏବେ ୧୪ତମ ସିଡ୍‌ ଆର୍ଜେଣ୍ଟିନାର ଡିଏଗୋ ସ୍ବାର୍ଜମ୍ୟାନଙ୍କୁ ଭେଟିବେ। ସ୍ବାର୍ଜମ୍ୟାନ ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ୬-୨, ୬-୩, ୭-୬ ସେଟ୍‌ରେ ୨୪ତମ ସିଡ୍‌ ସର୍ବିଆର ଡୁସାନ ଲାଜୋଭିକଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ଇଟାଲୀର ଦ୍ୱାଦଶ ସିଡ ଖେଳାଳି ଫାବିଓ ଫୋଗୋନିନି ଓ ଆମେରିକାର ଟେନ୍ନିସ ସାଣ୍ଡଗ୍ରୀନ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ଫୋଗୋନିନି ୭-୬, ୬-୨, ୬-୩ ସେଟ୍‌ରେ ୨୨ତମ ଆର୍ଜେଣ୍ଟିନାର ଗୁଇଡୋ ପେଲାଙ୍କୁ ଓ ସାଣ୍ଡଗ୍ରୀନ ୬-୪, ୬-୪, ୬-୦୪ ସେଟ୍‌ରେ ଆମେରିକାର ସାମ କ୍ୟୁରେଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri