ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡ଼ା,୨୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ରାଜ୍ୟ ସଭାପତି ସରୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ରାଜ୍ୟସଂଘର ସଦସ୍ୟ ପ୍ରଫୁଲ୍ଲ ସିଂ, ଖୋର୍ଦ୍ଧା ସଂଘ ସଭାପତି ଦୀନବନ୍ଧୁ ମୁଦୁଲି, ସମ୍ପାଦକ ତ୍ରିନାଥ ସେଠୀ, ଜିଲା ସଭାପତି ବିଷ୍ଣୁ ଚରଣ ମହାକୁ ପ୍ରମୁଖ ଉପସ୍ଥିତ ରହି ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା l ସର୍ବସମ୍ମତି କ୍ରମେ ଉପଦେଷ୍ଟା ଭାବେ ଲାଞ୍ଜୁକା ପ୍ରଧାନ, ସଭାପତି ପାର୍ଥବ ନାଇକ, ଉପସଭାପତି ଗୋପୀନାଥ ପାତ୍ର, ସନ୍ତୋଷ ନନ୍ଦ, ସମ୍ପାଦକ ବିନୋଦ ଚନ୍ଦ୍ର ପଟ୍ଟନାୟକ, ସହସମ୍ପାଦକ ଶିଶିର କୁମାର ପରିଚ୍ଛା, କୋଷାଧ୍ୟକ୍ଷ ନାରାୟଣ ପ୍ରଧାନ, ଏବଂ ସମୀକ୍ଷକ ଭାବେ ବିବତ୍ସ ନାୟକ ନିିର୍ବାଚିତ ହୋଇଛନ୍ତି l ପାର୍ଥବ ନାଇକ ସଭା ପରିଚାଳନା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ l ପରେ ରାଜ୍ୟ ସରକାରଙ୍କ ନିକଟରେ ୫ ଦଫା ଦାବି ଉପସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା l ଉକ୍ତ ଦାବିଗୁଡିକ ମଧ୍ୟରେ ଅବସର ସମୟ ସୀମା ୬୦ରୁ ୬୨ବୟସକୁ ବୃଦ୍ଧି, କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ, ୭ମ ବେତନ କମିଶନ ଅର୍ଥ ନିୟମିତ ପ୍ରଦାନ, ମହଙ୍ଗା ଭତ୍ତା ଦେବାରେ ଟାଳଟୁଳ ନୀତିକୁ ବିରୋଧ, ମୃତ୍ୟୁ କିମ୍ବା ଭିନ୍ନକ୍ଷମ କର୍ମଚାରୀମାନଙ୍କର ପରିବାରର ଜଣଙ୍କୁ ନିୟମିତ ଆଦି ଅନ୍ତର୍ଭୁକ୍ତ। ଶେଷରେ ପାର୍ଥବ ନାଇକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri