ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା: ଦିନରେ ଲୋକକଳା, ରାତିରେ ନୃତ୍ୟ, ସଙ୍ଗୀତ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଆକର୍ଷଣ ସାଜୁଛି ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ। କେବଳ ସନ୍ଧ୍ୟାରେ ନୁହେଁ, ଦିନତମାମ ମେଳା ପରିସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରୁଛନ୍ତି ଆଗନ୍ତୁକ। ଚଳିତବର୍ଷ ପ୍ରଥମଥର ପାଇଁ ଦର୍ଶକମାନଙ୍କୁ ଆକର୍ଷିତ କରିବାକୁ ଧୁଡ଼ୁକି, କେନ୍ଦରା, ପାଲା, ଦାସକାଠିଆ ଭଳି ଓଡ଼ିଶାର ପାରମ୍ପରିକ ଓ ଲୁପ୍ତପ୍ରାୟ ଲୋକକଳା ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରଦର୍ଶିତ ହେଉଛି। ଏହାପରେ ମେଳା ମୁଖ୍ୟମଞ୍ଚରେ ମନଛୁଆଁ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ କରାଯାଉଛି। ବୁଧବାର ସନ୍ଧ୍ୟାରେ ରାଜ୍ୟର ଜଣାଶୁଣା କଣ୍ଠଶିଳ୍ପୀ ତାରିକ୍‌ ଅଜିଜ୍‌ଙ୍କ କଣ୍ଠରେ ଭାରତୀୟ ସୈନ୍ୟଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରି ‘ସନ୍ଦେଶେ ଆତେ ହେଁ…’ରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। କଣ୍ଠଶିଳ୍ପୀ ମନସ୍ବିନୀ ପଟ୍ଟନାୟକ ‘ନିଝୁମ ରାତିର ସାଥୀ…’ ଗାଇବା ପରେ ୨୦୧୮ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ଗାୟିକା ଅନ୍ତରା ଚକ୍ରବର୍ତ୍ତୀଙ୍କ କଣ୍ଠରୁ ‘ଚୁଲ୍‌ବୁଲି’, ‘ମୁଁ ଚଞ୍ଚଳ ନଈ’ ଭଳି ଗୀତ ଶୁଣିବାକୁ ମିଳିଥିଲା।
ସିଡାକ୍‌ର ସଦସ୍ୟ ସଚିବ ସିତିକାନ୍ତ ଷଡ଼ଙ୍ଗୀ ଏବଂ ବିଭାଗୀୟ ଯୁଗ୍ମ ସଚିବ ଅଞ୍ଜନା ପଣ୍ଡା ଚତୁର୍ଥ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରୋତ୍ସାହନରେ ସମସ୍ତ କଳାକାର ହସ୍ତତନ୍ତ ବସ୍ତ୍ର ପରିଧାନ କରିଥିଲେ। ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ତୋଷାଳିରେ ଏଥର ବିଭିନ୍ନ ହସ୍ତ କଳାକୃତିର ପ୍ରସ୍ତୁତି ପ୍ରଣାଳୀ ସିଡାକ୍‌ ତାଲିମ କେନ୍ଦ୍ରର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିବା ଅତିଥିମାନେ ସୂଚନା ଦେଇଥିଲେ। ସାରା ଦେଶର ହସ୍ତଶିଳ୍ପ କାରିଗର, ବୁଣାକାର ଓ ସ୍ଥପତିକାରମାନେ ଏହି ମେଳାରେ ଅଂଶଗ୍ରହଣ କରିଛନ୍ତି। ମେଳା ପରିସରରେ ପଥର ଖୋଦେଇ, ଟେରାକୋଟା, ଚାନ୍ଦୁଆ କାମ, ତାଳପତ୍ର ଖୋଦେଇ, ପଟ୍ଟଚିତ୍ର, କାଠ ଖୋଦେଇ ଭଳି ହସ୍ତଶିଳ୍ପଗୁଡ଼ିକର ପ୍ରସ୍ତୁତି ପ୍ରଣାଳୀ ସଂପର୍କରେ ଲୋକମାନଙ୍କୁ ଲାଇଭ୍‌ ଡେମୋ ପ୍ରଦର୍ଶନ କରାଯାଉଛି। ସେହିଭଳି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଓ ବୟନଶିଳ୍ପ ନିର୍ଦ୍ଦେଶାଳୟ ଦ୍ୱାରା ବୁଣାକାର ଓ କାରିଗରମାନଙ୍କ ପାଇଁ ଥିବା ବିଭିନ୍ନ ସରକାରୀ ଯୋଜନା ବିଷୟରେ ଦର୍ଶକମାନଙ୍କୁ ଅବଗତ କରିବା ନିମନ୍ତେ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଷ୍ଟଲ୍‌ ଖୋଲାଯାଇଛି। ଉତ୍ସାହୀ ଉଦ୍ୟୋଗୀମାନଙ୍କୁ ସରକାରଙ୍କ ପକ୍ଷରୁ ମିଳୁଥିବା ସମସ୍ତ ପ୍ରକାର ଯୋଜନା ସହାୟତା ଓ ସୁଯୋଗ ସମ୍ବନ୍ଧରେ ସୂଚନା ଦିଆଯାଉଛି। ରାଜ୍ୟରେ ହସ୍ତଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡିଜାଇନରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଡିଜାଇନର ପୋଷାକଗୁଡ଼ିକର ଟେଷ୍ଟ ମାର୍କେଟିଂ ପାଇଁ ବ୍ୟବସ୍ଥା କରାଯାଇଛି। ଗୁରୁବାର ମଞ୍ଚରେ ପୁରୀର ପ୍ରସିଦ୍ଧ ଲୋକନୃତ୍ୟ ଗୋଟିପୁଅ ନାଚ ଓ ମୟୂରଭଞ୍ଜ ପ୍ରସିଦ୍ଧ ଛଉ ନୃତ୍ୟ ପରିବେଷିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri