ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା: ଦିନରେ ଲୋକକଳା, ରାତିରେ ନୃତ୍ୟ, ସଙ୍ଗୀତ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଆକର୍ଷଣ ସାଜୁଛି ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ। କେବଳ ସନ୍ଧ୍ୟାରେ ନୁହେଁ, ଦିନତମାମ ମେଳା ପରିସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରୁଛନ୍ତି ଆଗନ୍ତୁକ। ଚଳିତବର୍ଷ ପ୍ରଥମଥର ପାଇଁ ଦର୍ଶକମାନଙ୍କୁ ଆକର୍ଷିତ କରିବାକୁ ଧୁଡ଼ୁକି, କେନ୍ଦରା, ପାଲା, ଦାସକାଠିଆ ଭଳି ଓଡ଼ିଶାର ପାରମ୍ପରିକ ଓ ଲୁପ୍ତପ୍ରାୟ ଲୋକକଳା ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରଦର୍ଶିତ ହେଉଛି। ଏହାପରେ ମେଳା ମୁଖ୍ୟମଞ୍ଚରେ ମନଛୁଆଁ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ କରାଯାଉଛି। ବୁଧବାର ସନ୍ଧ୍ୟାରେ ରାଜ୍ୟର ଜଣାଶୁଣା କଣ୍ଠଶିଳ୍ପୀ ତାରିକ୍‌ ଅଜିଜ୍‌ଙ୍କ କଣ୍ଠରେ ଭାରତୀୟ ସୈନ୍ୟଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରି ‘ସନ୍ଦେଶେ ଆତେ ହେଁ…’ରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। କଣ୍ଠଶିଳ୍ପୀ ମନସ୍ବିନୀ ପଟ୍ଟନାୟକ ‘ନିଝୁମ ରାତିର ସାଥୀ…’ ଗାଇବା ପରେ ୨୦୧୮ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ଗାୟିକା ଅନ୍ତରା ଚକ୍ରବର୍ତ୍ତୀଙ୍କ କଣ୍ଠରୁ ‘ଚୁଲ୍‌ବୁଲି’, ‘ମୁଁ ଚଞ୍ଚଳ ନଈ’ ଭଳି ଗୀତ ଶୁଣିବାକୁ ମିଳିଥିଲା।
ସିଡାକ୍‌ର ସଦସ୍ୟ ସଚିବ ସିତିକାନ୍ତ ଷଡ଼ଙ୍ଗୀ ଏବଂ ବିଭାଗୀୟ ଯୁଗ୍ମ ସଚିବ ଅଞ୍ଜନା ପଣ୍ଡା ଚତୁର୍ଥ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରୋତ୍ସାହନରେ ସମସ୍ତ କଳାକାର ହସ୍ତତନ୍ତ ବସ୍ତ୍ର ପରିଧାନ କରିଥିଲେ। ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ତୋଷାଳିରେ ଏଥର ବିଭିନ୍ନ ହସ୍ତ କଳାକୃତିର ପ୍ରସ୍ତୁତି ପ୍ରଣାଳୀ ସିଡାକ୍‌ ତାଲିମ କେନ୍ଦ୍ରର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିବା ଅତିଥିମାନେ ସୂଚନା ଦେଇଥିଲେ। ସାରା ଦେଶର ହସ୍ତଶିଳ୍ପ କାରିଗର, ବୁଣାକାର ଓ ସ୍ଥପତିକାରମାନେ ଏହି ମେଳାରେ ଅଂଶଗ୍ରହଣ କରିଛନ୍ତି। ମେଳା ପରିସରରେ ପଥର ଖୋଦେଇ, ଟେରାକୋଟା, ଚାନ୍ଦୁଆ କାମ, ତାଳପତ୍ର ଖୋଦେଇ, ପଟ୍ଟଚିତ୍ର, କାଠ ଖୋଦେଇ ଭଳି ହସ୍ତଶିଳ୍ପଗୁଡ଼ିକର ପ୍ରସ୍ତୁତି ପ୍ରଣାଳୀ ସଂପର୍କରେ ଲୋକମାନଙ୍କୁ ଲାଇଭ୍‌ ଡେମୋ ପ୍ରଦର୍ଶନ କରାଯାଉଛି। ସେହିଭଳି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଓ ବୟନଶିଳ୍ପ ନିର୍ଦ୍ଦେଶାଳୟ ଦ୍ୱାରା ବୁଣାକାର ଓ କାରିଗରମାନଙ୍କ ପାଇଁ ଥିବା ବିଭିନ୍ନ ସରକାରୀ ଯୋଜନା ବିଷୟରେ ଦର୍ଶକମାନଙ୍କୁ ଅବଗତ କରିବା ନିମନ୍ତେ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଷ୍ଟଲ୍‌ ଖୋଲାଯାଇଛି। ଉତ୍ସାହୀ ଉଦ୍ୟୋଗୀମାନଙ୍କୁ ସରକାରଙ୍କ ପକ୍ଷରୁ ମିଳୁଥିବା ସମସ୍ତ ପ୍ରକାର ଯୋଜନା ସହାୟତା ଓ ସୁଯୋଗ ସମ୍ବନ୍ଧରେ ସୂଚନା ଦିଆଯାଉଛି। ରାଜ୍ୟରେ ହସ୍ତଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡିଜାଇନରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଡିଜାଇନର ପୋଷାକଗୁଡ଼ିକର ଟେଷ୍ଟ ମାର୍କେଟିଂ ପାଇଁ ବ୍ୟବସ୍ଥା କରାଯାଇଛି। ଗୁରୁବାର ମଞ୍ଚରେ ପୁରୀର ପ୍ରସିଦ୍ଧ ଲୋକନୃତ୍ୟ ଗୋଟିପୁଅ ନାଚ ଓ ମୟୂରଭଞ୍ଜ ପ୍ରସିଦ୍ଧ ଛଉ ନୃତ୍ୟ ପରିବେଷିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri