ଚନ୍ଦକାରେ ହେବ ବିଶ୍ୱସ୍ତରୀୟ ବନ୍ୟଜନ୍ତୁ ହସ୍ପିଟାଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ ବିଶ୍ୱସ୍ତରୀୟ ବନ୍ୟଜନ୍ତୁ ଚିକିତ୍ସାଳୟ(ହସ୍ପିଟାଲ) ସ୍ଥାପନ ହେବ। ଭୁବନେଶ୍ୱର ନିକଟସ୍ଥ ଚନ୍ଦକା ଜଙ୍ଗଲରେ ଏହି ବିଶ୍ୱସ୍ତରୀୟ ହସ୍ପିଟାଲ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ ସ୍ଥାପନ କରାଯିବ। ଶନିବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହାତୀ ସଂରକ୍ଷଣ ସମ୍ବନ୍ଧିତ ରାଜ୍ୟସ୍ତରୀୟ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ହାତୀ ବାସ କରୁଥିବା ସ୍ଥାନ ଓ କରିଡର ଆଦିରେ କାର୍ଯ୍ୟକ୍ରମ ମାଧ୍ୟମରେ ଅଧିକ ମଜୁରିଭିତ୍ତିକ ନିଯୁକ୍ତି ସୃଷ୍ଟି କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମହାନଦୀ ଓ ସମ୍ବଲପୁର ହାତୀ ସଂରକ୍ଷଣ ଜଙ୍ଗଲ ସଘନ ବିକାଶ ଏବଂ ଶିମିଳିପାଳ- ହଦଗଡ଼ ଓ ବରୁଣାଇ- ନୂଆଗାଁ ହାତୀ କରିଡର ଆଦିର ବିକାଶ ପାଇଁ ନିଷ୍ପତ୍ତି ହୋଇଛି। ଗତ ୭ ବର୍ଷ ମଧ୍ୟରେ ଓଡ଼ିଶାରେ ହାତୀ ସଂଖ୍ୟାରେ ବୃଦ୍ଧି ଘଟୁଛି। ୨୦୧୨ରେ ହାତୀ ସଂଖ୍ୟା ୧୯୩୦ ଏବଂ ୨୦୧୭ରେ ଏହି ସଂଖ୍ୟା ୧୯୭୬କୁ ବୃଦ୍ଧି ପାଇଛି। ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଓଡ଼ିଶାରେ ହାତୀ ସୁରକ୍ଷା ସମ୍ବନ୍ଧରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?