Posted inଜାତୀୟ

ଚନ୍ଦ୍ରାବାବୁଙ୍କୁ ଅମରାବତୀ ବାସଭବନ ଖାଲି କରିବାକୁ କହିବା ସହ ୧୭ଟି ବିଲ୍ଡିଂକୁ ନୋଟିସ୍‌ ପଠାଇଲେ ଜଗନ ସରକାର

ହାଇଦ୍ରାବାଦ,୨୮।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବିରୋଧରେ ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅମରାବତୀରେ ଥିବା ନାଇଡୁଙ୍କ ବାସଭବନ ସମେତ ୧୭ଟି ବିଲ୍ଡିଂକୁ ନୋଟିସ୍‌ ଜାରି କରାଯାଇଛି। ଏହି ଘରଗୁଡ଼ିକୁ ବେଆଇନ ଦର୍ଶାଇବା ସହ ନିର୍ମାଣ ପାଇଁ ଅନୁମତି ନେଇ ନ ଥିବା ଅଭିଯୋଗ ହୋଇଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନାଇଡୁଙ୍କ ବାସଭବନ ନିକଟରେ କ୍ରିଷ୍ଣା ନଦୀ କୂଳରେ ଥିବା ପ୍ରଜା ବେଦିକାକୁ ଭାଙ୍ଗିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅପରପକ୍ଷରେ ରାଜନୈତିକ ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଏଭଳି କରୁଛନ୍ତି ବୋଲି ଟିଡିପି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri