ଡେରାବିଶ,୧୬।୭(ବେବର୍ତା ଅଜୟ ଦାସ)ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ଶୁକ୍ରବାର ଭାରତର ତୃତୀୟ ମୁନ୍ ମିଶନ୍ ‘ଚନ୍ଦ୍ରୟାନ୍-୩’ର ସଫଳ ଉତ୍କ୍ଷେପଣ କରାଯାଇଛି। ଆସନ୍ତା ଅଗଷ୍ଟ ୨୩ରେ ଚନ୍ଦ୍ରୟାନ୍-୩ ଚନ୍ଦ୍ରପୃଷ୍ଠରେ ପହଞ୍ଚତ୍ବ ବୋଲି ଆଶା ରହିଛି। ଏହି ପ୍ରୋଜେକ୍ଟରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ମୁକୁନ୍ଦପୁର ଗ୍ରାମର ଶୁଭାଶିଷ ନାୟକ (୨୮) ସାମିଲ ଥିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।
ମୁକୁନ୍ଦପୁର ଗ୍ରାମର ଏକ ଅଭାବୀ ପରିବାରରେ ଶୁଭାଶିଷଙ୍କ ଜନ୍ମ। ସେ ସ୍ଥାନୀୟ ଦାନପୁର ପଞ୍ଚାୟତ ଦୋହଳିସ୍ଥିତ ବନମାଳୀ ବ୍ରହ୍ମଚାରୀ ମଡେଲ ହାଇସ୍କୁଲରୁ ୨୦୦୯ ମସିହାରେ ମାଟ୍ରିକ ପାସ୍ କରିବା ପରେ କଟକ ଜଗତପୁରସ୍ଥିତ ଏକ ଘରୋଇ ଆଇଟିଆଇରେ ଅଧ୍ୟୟନ କରିଥିଲେ। ଏହାପରେ ସେ ଭୁବନେଶ୍ୱରସ୍ଥିତ ସିଟିଟିସିରେ ୩ ବର୍ଷ ଅଧ୍ୟୟନ କରିଥିଲେ। ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା ହାସଲ ପରେ ସେ ୨୦୧୮ରେ ଇସ୍ରୋରେ ଜଣେ ଟେକ୍ନିସିଆନ୍ ଭାବେ ନିଯୁକ୍ତି ପାଇଥିଲେ। ନିଯୁକ୍ତି ପାଇବାର ୪ ବର୍ଷ ପରେ ସେ ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ ସାମିଲ ହୋଇଥିଲେ। ବାପା ମଳୟ ନାୟକ ଓ ବଡ଼ବାପା ଅଭୟ ନାୟକ ସ୍ଥାନୀୟ ଚାନ୍ଦୋଳ ବଜାରରେ ଏକ ଦୋକାନ କରି ପରିବାର ପ୍ରତିପୋଷଣ କରୁଛନ୍ତି।ଶୁଭାଶିଷ ଜଣେ ମେକାନିକାଲ୍ ଇଞ୍ଜିିନିୟର ଭାବେ ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ କାମ କରିବା ରାଜ୍ୟ ପାଇଁ ଗୌରବର ବିଷୟ ବୋଲି ଉଭୟ କହିଛନ୍ତି। ଶୁଭାଶିଷଙ୍କ ମା ନିର୍ମଳା ନାୟକ ଜଣେ ଗୃହିଣୀ। ପୁଅର ଏତେବଡ଼ ସଫଳତା ଖବର ଶୁଣି ସେ ଖୁସିବ୍ୟକ୍ତ କରିବା ସହିତ ତାଙ୍କୁ ଶୁଭକାମନା ଜଣାଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କେନ୍ଦ୍ରାପଡ଼ା, ଜାତୀୟ, ରାଜ୍ୟ View All
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
Archives

