ବୌଦ୍ଧ,୨୩।୭(ସ୍ବ.ପ୍ର.)
ବୌଦ୍ଧ ଜିଲା ଅତିରିକ୍ତ ଜିଲା ଦୌରାଜଜ ସତ୍ୟନାରାୟଣ ଷଡଙ୍ଗୀ ଏକ ହତ୍ୟା ମାମଲାର ବିଚାର କରି ସୋମବାର ୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବାସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ସେମାନେ ହେଲେ ମନମୁଣ୍ଡା ଥାନା ଚମରାବାହାଲ ଗ୍ରାମର ଛୁଟା ଓରଫ ଦୁଖୁ ବାରିକ(୫୦) ଏବଂ ବାରଖଣ୍ଡିଆ ଓରଫ ସନ୍ତୋଷ ବାରିକ (୨୬)।
ମାମଲାରୁ ପ୍ରକାଶ ଯେ, ୨୦୧୭ ଏପ୍ରିଲ ୨୬ ତାରିଖରେ ଦୁଖୁ ଏବଂ ସନ୍ତୋଷ ଖଜୁରିତାଡି ପିଇବାକୁ ମାଲିଆ ବାରିକଙ୍କୁ ମାଗିଥିଲେ। ପରେ ସେମାନେ ମିଶି ଖଜୁରୀତାଡି ପିଇଥିଲେ। ପୁଣି ଦୁଖୁ ଓ ସନ୍ତୋଷ ଖଜୁରିତାଡି ଦେବାକୁ ମାଲିଆଙ୍କୁ ମାଗିଥିଲେ ା ହେଲେ ମାଲିଆ ଖଜୁରୀତାଡି ଦେବାକୁ ମନା କରିଦେଇଥିଲେ। ଏନେଇ ସେମାନଙ୍କ ମଧ୍ୟରେ ଯୁକ୍ତି ତର୍କ ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ଦୁଖୁ ଏବଂ ସନ୍ତୋଷ ଏକ ଟାଙ୍ଗିଆରେ ମାଲିଆଙ୍କୁ ଆକ୍ରମଣ କରିଥିଲେ। ଫଳରେ ମାଲିଆଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏନେଇ ମାଲିଆଙ୍କ ସ୍ତ୍ରୀ ସଂଯୁକ୍ତା ବାରିକ ମନମୁଣ୍ଡା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ପୋଲିିସ ଅଭିଯୋଗକୁ ଭିତ୍ତି କରି ଏକ ହତ୍ୟା ମାମଲା(ନଂ.୭୬/୧୭) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ା ପୋଲିସ ଘଟଣାରେ ସମ୍ପୃକ୍ତ ଦୁଖୁ ଏବଂ ସନ୍ତୋଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ମାମଲା ବୌଦ୍ଧ ଅତିରିକ୍ତ ଜିଲା ଦୌରାଜଜଙ୍କ ଅଦାଲତରେ ମାମଲା(ନଂ ଏସ୍ଟି ୮୩/୧୭) ରୁଜୁ ହୋଇ ବିଚାର ହୋଇଥିଲା। ୨୦ଜଣ ସାକ୍ଷୀଙ୍କ ବୟାନ ସହ ଆବଶ୍ୟକ ପ୍ରମାଣକୁ ଭିତ୍ତି କରି ଅତିରିକ୍ତ ଜିଲା ଦୌରା ଷଢଙ୍ଗୀ ଅଭିଯୁକ୍ତ ଦୁଖୁ ଏବଂ ସନ୍ତୋଷଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇବା ସହ ୧୦ ହଜାର ଟଙ୍କା ଜରିମାନା ରାୟ ପ୍ରକାଶ କରିଛନ୍ତି। ଜରିମାନା ଅନାଦାୟ ଅଧିକ ୧ ବର୍ଷ କାରାଦଣ୍ଡାଦେଶ ଆଦେଶ ଦେଇଛନ୍ତି। ମାମଲାକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ଧୁରୀଣ ଦେହୁରୀ ପରିଚାଳନା କରିଥିଲେ।
ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ
ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…
ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା
ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…
କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ
ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…
ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି
ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…
ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର
ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…
ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି
ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…
ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍
ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…
ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….
ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

