Posted inଜାତୀୟ

ଚମ୍ପା, ଚମେଲି, ବାଦଲଙ୍କୁ ମିଳିଲା ଇଚ୍ଛାମୃତ୍ୟୁ ଅନୁମତି

ଗୋରଖପୁର,୧୪।୬: ଉତ୍ତର ପ୍ରଦେଶ ଗୋରଖପୁର ଅନ୍ତର୍ଗତ ଘିସାପୁର ଖଜୁର ଗାଁଓରେ ୨ଟି ଘୋଡ଼ି ଓ ଗୋଟିଏ ଘୋଡ଼ାକୁ ଇଚ୍ଛାମୃତ୍ୟୁ ଅନୁମତି ମିଳିଛି। ଘଟଣା ହେଲା ଏହି ତିନୋଟି ପାଳିତ ଜୀବ ଗ୍ଲାଣ୍ଡର୍ସ ଆଣ୍ଡ ଫାର୍ସି ରୋଗରେ ପୀଡିତ ଥିଲେ। ଯେଉଁଥିରେ ମୃତ୍ୟୁ ସୁନିଶ୍ଚିତ ବୋଲି କୁହାଯାଏ। ପଶୁପାଳନ ବିଭାଗର ଜିଲା ଅଧିକାରୀଙ୍କ କହିବା କଥା ହେଲା ଏହା ମନୁଷ୍ୟ ପାଇଁ ମଧ୍ୟ ପ୍ରାଣଘାତି। ଏହି ରିପୋର୍ଟ ପାଇବା ପରେ ଜିଲା ମାଜିଷ୍ଟ୍ରେଟ୍‌ ଘୋଡ଼ା ଗୁଡ଼ିଙ୍କୁ ଇଚ୍ଛାମୃତ୍ୟୁ ଅନୁମତି ଦେଇଥିବା ଜଣାପଡିଛି। ଘୋଡ଼ାଙ୍କ ମୃତ୍ୟୁ ପରେ ପଶୁପାଳନ ବିଭାଗ ତରଫରୁ ଏହାର ମାଲିକଙ୍କୁ ୭୫ ହଜାର ଟଙ୍କା କ୍ଷତି ପୂରଣ ଦିଆଯିବ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ପଶୁପାଳକ ରାଜେଶ ମୌର୍ଯ୍ୟଙ୍କର ଚମ୍ପା, ଚମେଲି ନାମକ ୨ ଘୋଡ଼ି ଓ ବାଦଲ ନାମକ ଗୋଟିଏ ଘୋଡ଼ା ରହିଥିଲେ। କିଛିଦିନ ହେବ ଏହି ୩ଟି ଜୀବ ଅସୁସ୍ଥ ଥିବାରୁ ସେମାନଙ୍କର ରକ୍ତ ନମୁନା ପରୀକ୍ଷା କରିବାରୁ ଏମାନଙ୍କଠାରେ ଗ୍ଲାଣ୍ଡର୍ସ ଆଣ୍ଡ ଫାର୍ସି ରୋଗର ଲକ୍ଷଣ ଦେଖାଯାଇଥିଲା। ଦୁଇ ଦୁଇଥର ପରୀକ୍ଷା ପରେ ଏହା ପଜିଟିଭ ଆସିବାରୁ ଜିଲା ମାଜିଷ୍ଟ୍ରେଟଙ୍କ ପାଖରେ କରାଯାଇଥିବା ଇଚ୍ଛାମୃତ୍ୟୁ ଆବେଦନକୁ ସେ ମନୁମତି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri