ଯୋଡ଼ା,୧୨।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ଅଚାନକ ଗସ୍ତ କରିଥିଲେ। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପଡ଼ିଥିବା ଦେଖି ସେ ବିରକ୍ତି ପ୍ରକାଶ କରିଥିଲେ। ଏଥିସହ ସେଠାରେ ଥିବା ପାନୀୟ ଜଳ ପ୍ରକଳ୍ପରେ ମଧ୍ୟ ତାଲା ପଡ଼ିଥିଲା। ରୋଗୀମାନେ ପାନୀୟ ଜଳ ପାଇଁ ହଇରାଣ ହରକତ ହେଉଥିବା ଦେଖିବାକୁ ପାଇଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ କର୍ମଚାରୀ ଅନୁପସ୍ଥିତ ଥିବା ଦେଖି ବିଧାୟିକା କ୍ଷୁବ୍ଧ ହୋଇଥିଲେ। ପରେ ଡାକ୍ତରଖାନାର ସ୍ବାସ୍ଥ୍ୟସେବା ନେଇ ରୋଗୀଙ୍କ ସହ କଥାବାର୍ତ୍ତା କରିଥିଲେ। ରୋଗୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟ ସେବା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ବିଧାୟିକାଙ୍କ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ଖବର ପାଇବା ପରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ପହଞ୍ଚିଥିଲେ । ସ୍ବାସ୍ଥ୍ୟକେନ୍ଦ୍ରର ପରିବେଶ ମଧ୍ୟ ଅସ୍ବାସ୍ଥ୍ୟକର ଥିଲା। ଅଳିଆ, ଆବର୍ଜନା ଏଣେତେଣେ ପଡିଥିବା ଦେଖିବାକୁ ମିଳିଥିଲା। ସ୍ବାସ୍ଥ୍ୟକେନ୍ଦ୍ର ପରିବେଶ ସଫାସୁତୁରା ରଖିବା ସହ ରୋଗୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।
ଚମ୍ପୁଆ ବିଧାୟିକାଙ୍କ ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ତାଲା ପଡ଼ିଥିବା ଦେଖି ବିରକ୍ତି ପ୍ରକାଶ
Posted inଆମ ଜିଲା ଖବର, କେନ୍ଦୁଝର View All
ଜୀବନ ସଂଘର୍ଷରେ ହାରିଗଲେ ଚାଷୀ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି…
କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ
ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…
ରାସ୍ତାରେ ଯାଉଯାଉ ବାଇକ୍ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…
୨ ଦିନ ହେଲା ବସ୍ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…
ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ
ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…
ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ
କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ
କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

