ଚରମ୍ପାରେ ହେବ ଫ୍ଲାଏଓଭର ବ୍ରିଜ୍‌

ଭଦ୍ରକ ଅଫିସ, ୧୯।୫ – ଭଦ୍ରକ ଜିଲା ଚରମ୍ପାରେ ଫ୍ଲାଏଓଭର ବ୍ରିଜ୍‌ ନିର୍ମାଣ ହେବ। ଜାତୀୟ ରାଜପଥ ପ୍ରାଧିକରଣର କର୍ତ୍ତୃପକ୍ଷ ନିକଟରେ ଏନେଇ କ୍ଷେତ୍ର ପରିଦର୍ଶନ କରି ଫେରିଛନ୍ତି। ରାଜପଥ ସମ୍ପ୍ରସାରଣ ପ୍ରକଳ୍ପରେ ଚରମ୍ପାଠାରେ ଏହି ପୋଲ ନିର୍ମାଣ ସ୍ଥାନ ଦିଆଯାଇଛି। ଜାତୀୟ ରାଜପଥ ପ୍ରକଳ୍ପ ନିର୍ଦ୍ଦେଶକ ନାଗେଶ୍ୱର ରାଓ ଚରମ୍ପାରେ ପହଞ୍ଚି ଚରମ୍ପା ରାଜପଥ ସମ୍ପ୍ରସାରଣ କମିଟିର କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଫେରିଛନ୍ତି। କମିଟି ସଭାପତି ନାରାୟଣ ବିଶ୍ୱାଳ ଓ ସଂଯୋଜକ ଅବିନାଶ ଜେନାଙ୍କ ସହ ପ୍ରକଳ୍ପ ନିର୍ଦ୍ଦେଶକ ରାଓ ପ୍ରସ୍ତାବିତ ପୋଲ ନିର୍ମାଣ ସ୍ଥଳ ପରିଦର୍ଶନ କରିଥିଲେ।
ଚରମ୍ପାରେ ପୂର୍ବରୁ ଥିବା ଗଳାପୋଲ ଆଉ ଭଙ୍ଗାଯିବ ନାହିଁ। ଗଳାପୋଲ ପାଖାପାଖି ଫ୍ଲାଏଓଭର ବ୍ରିଜ୍‌ ନିର୍ମାଣ ହେବ ବୋଲି କୁହାଯାଇଛି। ତେବେ ଆଲୋଚନା ବେଳେ କମିଟିର ସଂଯୋଜକ ଜେନା ରାଜପଥ ନିର୍ମାଣ ସମୟରେ ଜଳ ନିଷ୍କାସନ ବ୍ୟବସ୍ଥାରେ ରହିଥିବା ତ୍ରୁଟି ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରସ୍ତାବିତ ପ୍ରକଳ୍ପରେ ଏହାକୁ ସୁଧାରିବାକୁ ସେ ଦାବି କରିଥିଲେ। ସୂଚନାଥାଉ କି, ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପାଠାରେ ଥିବା ସଂକୀର୍ଣ୍ଣ ଗଳାପୋଲକୁ ପ୍ରଶସ୍ତ କରିବା ନିମନ୍ତେ ଚରମ୍ପା ଅଞ୍ଚଳବାସୀ ବହୁବାର ଜାତୀୟ ରାଜପଥ ଉଚ୍ଚପଦସ୍ଥ ଅଧିକାରୀ ଓ ପ୍ରଶାସନ ନିକଟରେ ଦାବି ଉପସ୍ଥାପନ କରିଆସୁଥିଲେ। ମାତ୍ର ଏଥିପ୍ରତି କେହି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହୋଇଥିଲା। ରାଜପଥ କର୍ତ୍ତୃପକ୍ଷଙ୍କ ଏହି ବୈମାତୃକ ମନୋଭାବ ବିରୋଧରେ ଚରମ୍ପାବାସୀ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଥିଲେ। ଏହି କ୍ରମରେ ଗତ ଫେବୃୟାରୀରେ ଚରମ୍ପାରେ ଏକ ଖୋଲାମଞ୍ଚ ବୈଠକ ହୋଇଥିଲା। ସେହିମାସ ୧୯ ତାରିଖରେ ଜାତୀୟ ରାଜପଥ ଅବରୋଧ ପାଇଁ ଚେତାବନୀ ଦିଆଯାଇଥିଲା। ତେବେ ଫେବୃୟାରୀ ୧୮ ରେ ଜିଲା ପ୍ରଶାସନର ମଧ୍ୟସ୍ଥତାରେ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଓ ଚରମ୍ପା ରାଜପଥ ସମ୍ପ୍ରସାରଣ କମିଟି ମଧ୍ୟରେ ଆଲୋଚନା କରାଯାଇଥିଲା। ସେତେବେଳେ ଚରମ୍ପାବାସୀଙ୍କ ଦାବି ପୂରଣ ହେବ ବୋଲି ପ୍ରତିଶ୍ରୁତି ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

ଚୋରା କାଠ ବୋଝେଇ ଗାଡ଼ି ଯାଉଥିବା ଜାଣି ପିଛା କରିଥିଲେ: ମାଡ଼ଖାଇ ଫରେଷ୍ଟ ଡ୍ରାଇଭର ଗୁରୁତର

ସିମୁଳିଆ,୧୯।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା କୁପାରି ଫରେଷ୍ଟ ଡ୍ରାଇଭର ଆତ୍ମାରାମ ଷେଣ୍ଢ(୨୯) ରବିବାର ଦୁବୃର୍ତ୍ତମାନଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri