Posted inଖେଳ

ଚର୍ଚ୍ଚାରେ ପ୍ରଜ୍ଞା ଓଝାଙ୍କ ଟୁଇଟ୍‌

ହାଇଦ୍ରାବାଦ, ୨୦।୪- ଇଂଲଣ୍ଡରେ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ନିକଟରେ ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା। ଅଭିଜ୍ଞ ହାଇଦ୍ରାବାଦୀ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁଙ୍କୁ ଏହି ଦଳରେ ସ୍ଥାନ ମିଳି ନ ଥିଲା। ରାୟୁଡୁଙ୍କୁ ବିଶ୍ୱକପ୍‌ ଦଳରେ ଅଣଦେଖା ନେଇ ବହୁ ପୂର୍ବତନ କ୍ରିକେଟର ନିରାଶାବ୍ୟକ୍ତ କରିବା ସହ ଚୟନ ପ୍ରକିୟା ଉପରେ ପ୍ରଶ୍ନ ଉଠାଇଥିଲେ। ଏହାକୁ ନେଇ ବତ୍ତର୍ମାନ ଆଲୋଚନା ଥମି ନ ଥିବାବେଳେ ଭାରତୀୟ କ୍ରିକେଟର ତଥା ବାମହାତୀ ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝାଙ୍କ ଏକ ଟୁଇଟ୍‌ ଏବେ ବେଶ୍‌ ଚର୍ଚ୍ଚାରେ ରହିଛି। ଏହି ଟୁଇଟ୍‌ ଭବିଷ୍ୟତରେ ଓଝାଙ୍କୁ ଅଡ଼ୁଆରେ ପକାଇବାର ସମ୍ଭାବନା ମଧ୍ୟ ରହିଛି। ରାୟୁଡ଼ୁ ଚୟନ ନ ହେବା ପଛରେ ହାଇଦ୍ରାବାଦ ଖେଳାଳିଙ୍କ ବିରୋଧରେ ଷଡ଼ଯନ୍ତ୍ର ହେଉଛି ଏବଂ ସେ ମଧ୍ୟ ସମାନ ପରିସ୍ଥିତିର ସାମ୍ନା କରିଥିଲେ ବୋଲି ଟୁଇଟ୍‌ରେ ଓଝା କହିଛନ୍ତି। ଓଝାଙ୍କ ଏହି ଟୁଇଟ୍‌ ଏବେ ଚୟନ ପ୍ରକିୟା ଉପରେ ପ୍ରଶ୍ୱବାଚୀ ସୃଷ୍ଟି କରିଛି। ହାଇଦ୍ରାବାଦ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୩୨ ବର୍ଷୀୟ ଓଝା କ୍ୟାରିୟରର ଶ୍ରେଷ୍ଠ ଫର୍ମରେ ଥିବାବେଳେ ଜାତୀୟ ଦଳରୁ ବାଦ୍‌ ପଡ଼ିଥିଲେ। ମୁମ୍ବାଇରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ସଚିନ ତେନ୍ଦୁଲକରଙ୍କ ବିଦାୟୀ ଟେଷ୍ଟ ମ୍ୟାଚ୍‌ରେ ସେ ୧୦ ଉଇକେଟ୍‌ ଅକ୍ତିଆର କରିବା ସହ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ୨୪ ଟେଷ୍ଟ ମ୍ୟାଚ୍‌ରୁ ଓଝା ୧୧୩ ଉଇକେଟ୍‌ ନେଇଥିବାବେଳେ ୧୮ ଦିନିକିଆ ଓ ୬ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ୨୦୦୩ ବିଶ୍ୱକପ୍‌ ସମୟରେ ହାଇଦ୍ରାବାଦର ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ମଧ୍ୟ ଶ୍ରେଷ୍ଠ ଫର୍ମରେ ଥାଇ ବି ଦଳରେ ସ୍ଥାନ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri