ଚର୍ଚ୍ଚାରେ ମଜ୍‌ନୁ

ତରଙ୍ଗ ସିନେ ପ୍ରଡକ୍ସନ ବ୍ୟାନରରେ ଏବଂ ଜାଗୀ ମଙ୍ଗତ ପଣ୍ଡାଙ୍କ ପ୍ରଯୋଜନାରେ ପ୍ରସ୍ତୁତ ହେଉଛି ନୂଆ ଓଡ଼ିଆ ସିନେମା ‘ମିଷ୍ଟର ମଜ୍‌ନୁ’। କମେଡି ଫ୍ଲେଭର ଥିବା ଏହି ଫିଲ୍ମର ଟାଇଟଲ ଭୂମିକାରେ ଅବତୀଣ୍ଣ ହୋଇଛନ୍ତି ବାବୁସାନ୍‌। ତାଙ୍କ ଅପୋଜିଟ୍‌ରେ ଅଛନ୍ତି ତିନି ଜଣ ନାୟିକା-ଶୀତଲ, ଦିବ୍ୟା ଏବଂ ସୂର୍ଯ୍ୟମୟୀ। ଖାସ୍‌ କଥା ହେଲା, ଏହାର ନିର୍ଦ୍ଦେଶନା ସିଟ୍‌ରେ ବସିଛନ୍ତି ପୂର୍ବରୁ ବାବୁସାନଙ୍କ ଅଭିନୀତ ବେଶ୍‌ କେତୋଟି ହିଟ୍‌ ସିନେମାର ନିର୍ଦ୍ଦେଶନା ଦେଇଥିବା ଅଶୋକ ପତି। ସିନେମାଟିକୁ ଆହୁରି ଦର୍ଶକାଦୃତ କରିବାକୁ ଏଥିରେ ସଂଯୋଜିତ ଗୀତଗୁଡିକୁ ସ୍ବର ଦେଉଛନ୍ତି ଓଡ଼ିଆ ସିନେମାର ଅନ୍ୟତମ ଲୋକପ୍ରିୟ ନିର୍ଦ୍ଦେଶକ ଅଭିଜିତ ମଜୁମଦାର। ତାଙ୍କ ସଂଯୋଜିତ ତଥା ବାବୁସାନ୍‌ ଅଭିନୀତ ‘ତାଟୁଓ୍ବାଲି, ନାଗିନ୍‌ ନାଗିନ୍‌, ମୋ ଚୁନି ତଳେ ବ୍ଲାକ୍‌ ମନି, ଶେହେଜାଦୀ ଓ ଶେହଜାଦୀ, ତୁ ମୋ ସାୟରୀ, ପ୍ୟାର ବାଲା ହିଚକି, ଗେଲୁ ତୁ ଚିପୁଡି ଦେଲୁ ଦିଲଟା ଏବଂ ସର୍ଜିକାଲ ଷ୍ଟ୍ରାଇକ୍‌ ବେଶ୍‌ ଶ୍ରୋତାଦୃତ ହୋଇପାରିଛି। ଅଭିଜିତ ଏବେ ‘ମିଷ୍ଟର ମଜନୁ’ର ଏକ ଜଦରଦସ୍ତ ଗୀତର କମ୍ପୋଜିଶନ୍‌ରେ ବ୍ୟସ୍ତ ଅଛନ୍ତି। ଯେହେତୁ ଗୀତଟି ଏବେ ପ୍ରସ୍ତୁତି ପର୍ଯ୍ୟାୟରେ ଅଛି ତେଣୁ ଗୀତର ପ୍ରଥମ ଧାଡି କିମ୍ବା ସେ ବିଷୟରେ ସବିଶେଷ ବିବରଣୀ ଦେବାକୁ ଉଚିତ ମନେ କରୁନି। କିନ୍ତୁ ଅଳ୍ପ ଦିନ ଭିତରେ ଏକଥା ସମ୍ପର୍କରେ ସୂଚନା ମିଳିଯିବ ଏବଂ ଏହି ଗୀତ ଫିଲ୍ମର ଅନ୍ୟତମ ଆକର୍ଷଣ ସାଜିବ ବୋଲି କହନ୍ତି ଅଭିଜିତ। ‘ମିଷ୍ଟର ମଜନୁ’ରେ ରାଇମୋହନ ମଧ୍ୟ ଏକ ଦମ୍‌ଦାର ଭୂମିକାରେ ଦର୍ଶକଙ୍କ ସାମନାକୁ ଆସିବେ। ଫିଲ୍ମଟି ଚଳିତବର୍ଷ ଦଶହରାରେ ରିଲିଜ ହେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri