Posted inଜାତୀୟ

ଚର୍ମ କର୍କଟ ଉପରେ ଗବେଷଣା: ପ୍ରଫେସରଙ୍କୁ ୮୨ ଲକ୍ଷ ଫେଲୋଶିପ୍‌

ରାୟପୁର,୨୪।୪: ଛତିଶଗଡ଼ ରାୟପୁର ସ୍ଥିତ ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଅମ୍ବର ବ୍ୟାସ୍‌ଙ୍କୁ ଚର୍ମ କର୍କଟ ଉପରେ ଗବେଷଣା ପାଇଁ ୮୧ ଲକ୍ଷ ୯୮ ହଜାର ୨ଶହ ଟଙ୍କାର ଫେଲୋଶିପ୍‌ ପ୍ରଦାନ କରାଯାଇଛି। ବ୍ୟକ୍ତିଗତ ଭାବେ କୌଣସି ଏକ ଗବେଷଣା ପାଇଁ ଏହା ସର୍ବାଧିକ ଫେଲୋଶିପ୍‌ ବୋଲି କୁହାଯାଉଛି। ଅମ୍ବର ଏବେ ଫାର୍ମାସୀ ବିଭାଗର ସହକାରୀ ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ନୂଆଦିଲ୍ଲୀ ସ୍ଥିତ ଡିଏସ୍‌ଟି ଡିପାର୍ଟମେଣ୍ଟ୍‌ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି ପକ୍ଷରୁ ଏହି ଫେଲୋଶିପ୍‌ ପ୍ରଦାନ କରାଯାଇଛି। ଅମ୍ବର ଏବେ ଅପ୍ଟିମାଇଜେସନ୍‌ ଆଣ୍ଡ୍‌ ଇଭୋଲ୍ୟୁସନ୍‌ ଅଫ୍‌ ଟିପିକାଲ୍‌ ଡ୍ରଗ୍‌ ଡେଲିଭରୀ ଉପରେ ଗବେଷଣା କରୁଛନ୍ତି। ସେ ସିନ୍ଥେଟିକ୍‌ ଏବଂ ପ୍ରାକୃତିକ ଉପାୟର ମିଳିତ ଆଧାରରେ ଔଷଧ ନିର୍ମାଣର ପ୍ରୟାସ କରୁଛନ୍ତି। ଏଥି ପାଇଁ ଦେଶର ୧୨ ଶହ ବିଶେଷଜ୍ଞ ଆବେଦନ କରିଥିଲେ। ଫେଲୋଶିପ୍‌ ଅନ୍ତର୍ଗତ ଅମ୍ବରଙ୍କୁ ପ୍ରଥମେ ୩୩ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦିଆଯିବ। ଏହାପରେ ଅବଶିଷ୍ଟ ଟଙ୍କା ପ୍ରଦାନ କରାଯିବ। ପୂର୍ବରୁ ଅମ୍ବରଙ୍କୁ ରମଣ ଫେଲୋଶିପ୍‌ ଅନ୍ତର୍ଗତ ୨୧ଲକ୍ଷ ଟଙ୍କାର ଅନୁଦାନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri