ଚଳିତ ମାସ ଶେଷ ସୁଦ୍ଧା ଆଧାର ସଂଯୋଗ, ସଂଶୋଧନ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ୍‌ କାର୍ଡଧାରୀମାନଙ୍କର ଆଧାର ସଂଯୋଗ ଓ ସଂଶୋଧନ ପ୍ରକ୍ରିୟା ଚଳିତ ମାସ ୩୧ ସୁଦ୍ଧା ଶେଷ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି । ମଙ୍ଗଳବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀ ସ୍ବାଇଁ ଆଧାର ସଂଯୋଗ ଓ ରାଶନ କାର୍ଡ ସଂଶୋଧନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ସେହିପରି ସମବାୟ ବିଭାଗକୁ ଅଧିକ ସକ୍ରିୟ, ଲୋକାଭିମୁଖୀ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ ‘ଟି’ ମନ୍ତ୍ରକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।
ରଣେନ୍ଦ୍ର କହିଛନ୍ତି ଯେ, ନିଷ୍ଠାର ସହିତ କାର୍ଯ୍ୟକାରୀ କରାଯାଉଛି । କେହି ଜଣେ ଯୋଗ୍ୟ ହିତାଧିକାରୀ ଯେପରି ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚତ୍ତ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦିଆଯାଉଛି। ଏହି ଯୋଜନାର ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ରରୁ ପିଡିଏସ୍‌ ସାମଗ୍ରୀ ନେଇପାରିବେ । ସେମାନଙ୍କୁ ନର୍ଦ୍ଦିଷ୍ଟ ଜଣେ ଡିଲର ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ ା ଆସନ୍ତା ସେପ୍ଟେମ୍ବର ପହିଲାରୁ ପାଇଲଟ୍‌ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଏହି ସୁବିଧା ଆରମ୍ଭ କରାଯିବ ା ୨୦୧୯-୨୦ଖରିଫ୍‌ ବିପଣନ ଋତୁରେ ଧାନ ସଂଗ୍ରହ ନିମନ୍ତେ ପ୍ରାଥମିକ କୃଷି ଋଣ ସମବାୟ ସମିତି ଜରିଆରେ ଚାଷୀମାନଙ୍କର ରେଜିଷ୍ଟ୍ରେଶନ୍‌ କାର୍ଯ୍ୟର ମଧ୍ୟ ସମୀକ୍ଷା କରାଯାଇଥିଲା।
ଅଗଷ୍ଟ ୬ରୁ ଏହି ରେଜିଷ୍ଟ୍ରେଶନ୍‌ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା, ଏହା ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ । ଧାର୍ଯ୍ୟ ତାରିଖ ପରେ ଯଦି କୌଣସି ଚାଷୀ ପଞ୍ଜୀକୃତ ହୋଇପାରି ନାହାନ୍ତି ବୋଲି ଅଭିଯୋଗ ଆସେ, ତେବେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଥିଲେ । ଖରିଫ୍‌ ବିପଣନ ବର୍ଷ ୨୦୧୯-୨୦ ପ୍ରାଥମିକ କୃଷିଋଣ ସମବାୟ ସମିତି ମାଧ୍ୟମରେ ହେଉଥିବା ଏହି ରେଜିଷ୍ଟ୍ରେଶନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ପ୍ରତ୍ୟେକ ଦିନ ସମୀକ୍ଷା କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri