Posted inଖେଳ

ଚଳିତ ସପ୍ତାହରେ ଅଲିମ୍ପିକ୍ସର ନୂଆ ତାରିଖ ଘୋଷଣା ହୋଇପାରେ: ଆୟୋଜକ

ଟୋକିଓ,୩୦।୩ (ଏଏଫପି)- କୋଭିଡ-୧୯ ଆତଙ୍କ କାରଣରୁ ୨୦୨୦ ଟୋକିଓ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଐତିହାସିକ ନିଷ୍ପତ୍ତି ନେଇଛି। ତେବେ ଚଳିତ ସପ୍ତାହରେ ଅଲିମ୍ପିକ୍ସର ନୂଆ ତାରିଖର ଘୋଷଣା ହୋଇପାରେ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ଆଗାମୀ ଗ୍ରୀଷ୍ମ ଓ ବସନ୍ତ ଋତୁରେ ବିଭିନ୍ନ ଦୃଷ୍ଟିକୋରରୁ ଭଲ ଓ ମନ୍ଦ ବିଚାର ଆଇଓସି ନିଷ୍ପତ୍ତି ନେବ। ଚଳିତ ସପ୍ତାହରେ ତାରିଖ ନେଇ ଘୋଷଣା ହୋଇପାରେ ଓ ଏ ସଂକ୍ରାନ୍ତରେ ଆଇଓସି ଅଧ୍ୟକ୍ଷ ଥୋମାସ ବାକ୍‌ ତରଫରୁ ଚଳିତ ସପ୍ତାହରେ କିଛି ସୂଚନା ଆସିପାରେ ବୋଲି ଟୋକିଓ ୨୦୨୦ ମୁଖ୍ୟ ୟୋଶିରୋ ମୋରି କହିଛନ୍ତି।
ଉଲ୍ଲେଖଥାଉ କି, ଟୋକିଓ ଅଲିମ୍ପିକ୍ସ ଜୁଲାଇ ୨୪ରୁ ଆରମ୍ଭ ହୋଇ ୧୬ ଦିନରେ ପରେ ଶେଷ ହେବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ସାରା ବିଶ୍ୱରେ କରୋନା ଭାଇରସ ସଂକ୍ରମଣ ମହାମାରୀ ରୂପ ନେଇଥିବାରୁ ଏହି କ୍ରୀଡ଼ା ମହାକୁମ୍ଭକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଥିଲା। ଏହି ପରିସ୍ଥିତିର ଫାଇଦା ଉଠାଇ ଜାପାନର ଆୟୋଜକ ମାନେ ଗ୍ରୀଷ୍ମ ଉତ୍ତାପରରୁ ରକ୍ଷା ପାଇବା ପାଇଁ ଅଲିମ୍ପିକ୍ସକୁ ସ୍ପ୍ରିଙ୍ଗ୍‌ ତଥା ବସନ୍ତରେ ଆୟୋଜନ କରିବାକୁ ଯୋଜନା କରୁଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ପୂର୍ବରୁ ଉତ୍ତାପ କାରଣରୁ ମାରାଥାନକୁ ଟୋକିଓର ଉତ୍ତରରେ ୮୦୦ କି.ମି. ଦୂର ଥିବା ସାପ୍ପୋରୋରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଗ୍ରୀଷ୍ମରେ ଟୋକିଓ ଅପେକ୍ଷା ସାପ୍ପୋରୋରେ ଉତ୍ତାପ ଅପେକ୍ଷକୃତ କମ୍‌ ଥାଏ। ୨୦୨୧ ଜୁଲାଇ ୨୩ରେ ଅଲିମ୍ପିକ୍ସ ଆରମ୍ଭ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ପବ୍ଲିକ ବ୍ରଡ କାଷ୍ଟର ଏନ୍‌ଏଚ୍‌କେ କହିଛି। ଅଲିମ୍ପିକ ଘୁଞ୍ଚିବା ଓ ନୂଆ ଆୟୋଜନ ଏକ କଷ୍ଟକର ବ୍ୟାପାର ଓ ଏଥିରେ ଅତିରିକ୍ତ ଖର୍ଚ୍ଚ ହେବ ବୋଲି ଟୋକିଓ ୨୦୨୦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ତୋଶିରୋ ମୁଟୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri