Posted inଖେଳ

ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟ ଖେଳିପାରନ୍ତି ପୃଥ୍ବୀ ଶ’

ଲଣ୍ଡନ,୮।୧୧-ଡୋପ୍‌ ନିୟମ ଭଙ୍ଗ କରିବାରୁ ବାସନ୍ଦ ଥିବା ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସମ୍ଭବଃ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ପଡ଼ିଆକୁ ଫେରିବେ। ମୁମ୍ବାଇର ଆଡ ହକ୍‌ ଚୟନ କମିଟି ମୁଖ୍ୟ ମିଲିନ୍ଦ ରେଗେ ପୃଥ୍ବୀଙ୍କ ଚୟନ ସମ୍ପର୍କରେ ଆଲୋଚନା କରାଯିବ ବୋଲି କହିଛନ୍ତି। ତାଙ୍କ ଉପରେ ଲାଗିଥିବା ବାସନ୍ଦାଦେଶ ଚଳିତ ମାସ ୧୬ ତାରିଖରେ ଶେଷ ହେବ। ପରେ ତାଙ୍କୁ ଚୟନ କରିବାକୁ ଗୁରୁତ୍ୱ ଦିଆଯିବ। ତାଙ୍କ ଫେରିବା ନେଇ ମୁଁ ସ୍ପଷ୍ଟିକରଣ ଦେଇପାରିବି ନାହିଁ। କିନ୍ତୁ ଆମେ ଆଲୋଚନା କରିବୁ ବୋଲି ସେ କହିଛନ୍ତି। ରେଗେଙ୍କ ନେତୃତ୍ୱଧୀନ ଚୟନ କମିଟି ମୁମ୍ବାଇର ପ୍ରଥମ ୩ଟି ମ୍ୟାଚ୍‌ ଲାଗି ଦଳ ଘୋଷଣା କରିଛି। କାରଣ ଶ୍ରେୟାସ ଆୟାର, ଶିବମ ଦୁବେ ଓ ଶାର୍ଦୁଳ ଠାକୁରଙ୍କ ଭଳି ଖେଳାଳି ଏବେ ଜାତୀୟ ଦଳ ପାଇଁ ଖେଳୁଛନ୍ତି। ଶ’ ଯୋଗ୍ୟ ହେବା ପୂର୍ବରୁ ମୁମ୍ବାଇ ୭ରୁ ୬ଟି ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ଖେଳି ସାରିଥିବ। ଉଲ୍ଲେଖଥାଉ କି, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚଳିତବର୍ଷ ଜୁଲାଇରେ ଶ’ଙ୍କୁ ବାସନ୍ଦ କରିଥିଲା। ସେ ଅଜାଣତରେ କଫ୍‌ ସିରପ ଅତ୍ୟଧିକ ମାତ୍ରରେ ଗ୍ରହଣ କରିଥିଲେ, ଯଦ୍ଦ୍ବାରା ତାଙ୍କ ମୁତ୍ର ନମୁନାରେ ନିଷିଦ୍ଧ ଔଷଧ ଟର୍ବୁଟାଲାଇନ ମିଳିଥିଲା। ଏହି ଟେଷ୍ଟ ଗତ ବର୍ଷ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟବେଳେ ଇନ୍ଦୋରେଠାରେ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri