Posted inଜାତୀୟ

ଚଳିତବର୍ଷ ଗୋଟିଏ ବି ୨୦୦୦ ଟଙ୍କିଆ ନୋଟ ଛପାଯାଇନାହିଁ

ନୂଆଦିଲ୍ଲୀ,୧୭।୧୦: ଚଳିତବର୍ଷ ଗୋଟିଏ ବି ୨ ହଜାର ଟଙ୍କିଆ ନୋଟ୍‌ ଛପାଯାଇନାହିଁ। ଆରଟିଆଇ ଦ୍ୱାରା ମଗାଯାଇଥିବା ଏକ ରିପୋର୍ଟରେ ଆରବିଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୦୧୬-୧୭ରେ ୩୫୪.୨୯ କୋଟିର ୨ ହଜାର ଟଙ୍କିଆ ନୋଟ ଛପାଯାଇଥିବାବେଳେ ୨୦୧୭-୧୮ରେ ୧୧.୧୫ କୋଟି ଟଙ୍କାର ଏହି ନୋଟ ଛପାଯାଇଛି। ୨୦୧୮-୧୯ରେ ଏହି ସଂଖ୍ୟା କମି ୪.୬୬ କୋଟିରେ ପହଞ୍ଚିଛି। ଚଳିତ ଆର୍ଥିକ ବର୍ଷରେ ଗୋଟିଏ ବି ୨ ହଜାର ଟଙ୍କିଆ ନୋଟ ଛପାଯାଇ ନ ଥିବା ଆରବିଆଇ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗତକିଛିଦିନ ତଳେ ୨୦୧୬ ମସିହାରେ ହୋଇଥିବା ବିମୁଦ୍ରାୟନ ପରେ ବଜାରକୁ ଆସିଥିବା ନୂଆ ୨ ହଜାର ଟଙ୍କିଆ ନୋଟ ବନ୍ଦ ହୋଇପାରେ ବୋଲି ଗୁଜବ ଉଠିଥିଲା। ତେବେ କେନ୍ଦ୍ର ସରକାର ଏ ସଂକ୍ରାନ୍ତରେ ଲୋକସଭାରେ ସଫେଇ ଦେଇ ସମ୍ପ୍ରତି ୨ହଜାର ଟଙ୍କିଆ ନୋଟକୁ ବନ୍ଦ କରିବାରେ କୌଣସି ଯୋଜନା ନାହିଁ ବୋଲି କହିଥିଲେ। ସୂଚନାଯୋଗ୍ୟ ଯେ ୮ ନଭେମ୍ବର ୨୦୧୬ ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରାୟନ ଘୋଷଣା କରିଥିଲେ। ଫଳରେ ଦେଶରେ ୫୦୦, ୧୦୦୦ ଟଙ୍କିଆ ନୋଟର ବ୍ୟବହାରକୁ ତୁରନ୍ତ ବନ୍ଦ କରାଯାଇଥିଲା। ଏହାପରେ ୨ ହଜାର ଟଙ୍କିଆ ନୋଟର ପ୍ରଚଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri