ଚଳିତବର୍ଷ ୩୮ଟି ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ପ୍ରଶ୍ନକାଳବେଳେ ଆଇନ୍‌ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଧ୍ରୁବଚରଣ ସାହୁ ପଟ୍ଟାମୁଣ୍ଡାଇଠାରେ ଏକ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି କି। ରାଜନଗରଠାରେ ଜେଏମ୍‌ଏଫ୍‌ସି କୋର୍ଟ କାର୍ଯ୍ୟ କରୁଥିଲେ ମଧ୍ୟ ଏହାର ନିଜସ୍ବ ଗୃହ ନାହିଁ। କେବେ ସୁଦ୍ଧା ଗୃହ ନିର୍ମାଣ କରାଯିବ ବୋଲି ପଚାରିଥିଲେ। ବିଜେଡି ସଭ୍ୟ ଅନନ୍ତ ଦାସ, ପ୍ରଭୁ ଜାନୀ, ପ୍ରଦୀପ ଅମାତ୍‌, କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା, ଭାଜପା ସଭ୍ୟ ନିତ୍ୟାନନ୍ଦ ଗଣ୍ଡ, ସୁକାନ୍ତ ନାୟକ ପ୍ରମୁଖ ଅତିରିକ୍ତ ପ୍ରଶ୍ନରେ ଜେଏମ୍‌ଏଫ୍‌ସି କୋର୍ଟ ସ୍ଥାପନ କରିବା ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ନୂତନ କୋର୍ଟ ଉଦ୍‌ଘାଟନବେଳେ ଜନପ୍ରତିନିଧିମାନଙ୍କୁ କାହିଁକି ସାମିଲ କରାଯାଉନାହିଁ ବୋଲି ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କଡା ଆପତ୍ତି ଉଠାଇଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ, ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା କାର୍ଯ୍ୟକାରୀବେଳେ ଜନପ୍ରତିନିଧିଙ୍କୁ ସାମିଲ କରାଯାଉଥିବାବେଳେ କୋର୍ଟ ଉଦ୍‌ଘାଟନ ବେଳେ କାହିଁକି କରାଯାଉନାହିଁ। ଜନପ୍ରତିନିଧିମାନଙ୍କୁ ସେଥିରେ ସାମିଲ କରାଯାଉ ବୋଲି ସଦସ୍ୟମାନେ ଦାବି କରିଥିଲେ। ଏନେଇ ମନ୍ତ୍ରୀ ହାଇକୋର୍ଟ ଜଜ୍‌ଙ୍କ ସହ ଆଲୋଚନା କରନ୍ତୁ ବୋଲି କହିଥିଲେ। ଏଥିସହ ସମସ୍ତ ଜିଲାରେ ଲୋକମାନଙ୍କୁ ନ୍ୟାୟ ଦେବା ସକାଶେ ଅଧିକ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା କରନ୍ତୁ ବୋଲି ଦାବି କରିଥିଲେ। ମନ୍ତ୍ରୀ କହିଥିଲେ ଯେ, ପଟ୍ଟାମୁଣ୍ଡାଇଠାରେ ଏକ ଅତିରିକ୍ତ ଜିଲା ଓ ସେସନ୍ସ ଜଜ୍‌ କୋର୍ଟ ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଆବଶ୍ୟକ ପଦବୀ ସୃଷ୍ଟି କରିବାପରେ କୋର୍ଟ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ରାଜନଗରଠାରେ ଜେଏମ୍‌ଏଫ୍‌ସି କୋର୍ଟ ନାହିଁ, ସେଠାରେ ଏକ ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନ କରାଯାଇଛି। ଗ୍ରାମ୍ୟ ନ୍ୟାୟ ପାଇଁ ନିଜସ୍ବଗୃହ ନିର୍ମାଣ କରିବା ଲାଗି ସରକାର ନିଷ୍ପତ୍ତିନେଇନାହାନ୍ତି। ନୂତନ କୋର୍ଟ ଉଦ୍‌ଘାଟନବେଳେ ହାଇକୋର୍ଟଙ୍କ ଦ୍ୱାରା ହୋଇଥାଏ। ଏଥିରେ ଜନପ୍ରତିନିଧିଙ୍କୁ ସାମିଲ କରାଯାଇ ନ ଥାଏ। ଗୃହର ଉଦ୍‌ବେଗକୁ ଦୃଷ୍ଟିରେ ରଖି ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟରେ ୩୧ଟି ଗ୍ରାମ୍ୟ ନ୍ୟାୟାଳୟ ରହିଛି, ସେଗୁଡିକୁ ଜେଏମ୍‌ଏଫ୍‌ସି କୋର୍ଟ କ୍ଷମତା ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri