ଚା ପିଇଲେ ସୁସ୍ଥ ରହିବ ମସ୍ତିଷ୍କ

ସିଙ୍ଗାପୁର: ଆପଣ ଚା’ ପିଅନ୍ତି କି? ତେବେ ଆପଣଙ୍କ ପାଇଁ ରହିଛି ଏକ ଖୁସି ଖବର। ଏକ ସର୍ଭେରୁ ଜଣାପଡ଼ିଛି ଯେ, ପ୍ରତ୍ୟେକ ଦିନ ଚା’ପିଉଥିବା ବ୍ୟକ୍ତିଙ୍କ ମସ୍ତିଷ୍କ ଚା’ ନ ପିଉଥିବା ବ୍ୟକ୍ତିଙ୍କ ମସ୍ତିଷ୍କ ତୁଳନାରେ ଅଧିକ ସୁସ୍ଥ ଓ ସଂଗଠିତ। ଏଭଳି ରିପୋର୍ଟ ଏଜିଂ ନାମକ ଏକ ଜର୍ନାଲରେ ପ୍ରକାଶ ପାଇଛି। ସର୍ଭେରେ ୩୬ ଜଣ ବୟୋଜ୍ୟେଷ୍ଠଙ୍କ ନ୍ୟୁରୋଇମେଜିଙ୍ଗ୍‌ ତଥ୍ୟକୁ ନେଇ ପରୀକ୍ଷଣ କରିବା ପରେ ଏହି ରିପୋର୍ଟ ପ୍ରକାଶ କରାଯାଇଛି।
ଚା’ ପିଇବା ଦ୍ୱାରା ମସ୍ତିଷ୍କ ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ। ନିୟମିତ ଭାବେ ଚା’ ପିଇଲେ ବାର୍ଦ୍ଧକ୍ୟରେ ମସ୍ତିଷ୍କ ଜନିତ ସମସ୍ୟାରୁ ମଧ୍ୟ ରକ୍ଷା ମିଳିଥାଏ। ତେବେ ଚା’ପିଇବାର ଉପକାରିତା ବାବଦରେ ଏହା ହେଉଛି ସର୍ବପ୍ରଥମ ସର୍ଭେ ରିପୋର୍ଟ ବୋଲି କହିଛନ୍ତି ନ୍ୟାଶନାଲ ୟୁନିଭର୍ସିଟି ଅଫ୍‌ ସିଙ୍ଗାପୁରର ଆସିଷ୍ଟାଣ୍ଟ ପ୍ରଫେସର ଫେଙ୍ଗ୍‌ ଲେଇ।
ଗବେଷକଙ୍କ ମତାନୁସାରେ, ଚା’ ପିଇଲେ ସ୍ବାସ୍ଥ୍ୟ ପାଇଁ ଲାଭକାରୀ ଏବଂ ମାନସିକ ଓ ହୃଦୟଜନିତ ସମସ୍ୟାରୁ ରକ୍ଷା ମିଳିଥାଏ। ଏହି ଗବେଷଣାରେ ୟୁନିଭର୍ସିଟି ଅଫ୍‌ ଆସେକ୍ସ ଏବଂ ୟୁକେସ୍ଥିତ ୟୁନିଭର୍ସିଟି ଅଫ୍‌ କାମ୍ବ୍ରିଜ୍‌ର ଗବେଷକମାନେ ସାମିଲ ହୋଇଥିଲେ। ୬୦ବର୍ଷ ଏବଂ ତାହାଠୁ ଊର୍ଦ୍ଧ୍ୱ ବୟସର ୩୬ଜଣ ବୟସ୍କଙ୍କୁ ନେଇ ସେମାନଙ୍କ ମାନସିକ ସ୍ଥିତି, ଜୀବନଶୈଳୀ ଓ ଚିନ୍ତାଶକ୍ତି ଉପରେ ଗବେଷଣା କରାଯାଇଥିଲା। ୨୫ ବର୍ଷ ଯାଏ ଯେଉଁ ବ୍ୟକ୍ତିମାନେ ନିୟମିତ ନାଲି ଚା’, ହର୍ବାଲ୍‌ ଚା’, ଗ୍ରୀନ୍‌ ଟି ଭଳି ଚା’ ସେବନ କରିଥାନ୍ତି, ସେମାନଙ୍କ ମସ୍ତିଷ୍କ ଓ ମାନସିକ ସ୍ଥିତି ଚା’ନ ପିଉଥିବା ବ୍ୟକ୍ତିଙ୍କ ତୁଳନାରେ ଅଧିକ ସୁସ୍ଥ ବୋଲି ଏହି ଗବେଷଣାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri