Posted inଫୁରସତ

ଚା’ ବିକାଳିଙ୍କ ଝିଅ ହେଲେ ବାୟୁସେନା ଫାଇଟର ପାଇଲଟ

ଭୋପାଳ, ୨୩।୬: ଇଛାଶକ୍ତି ଆଗରେ ସମସ୍ତ ବାଧା ହାର ମାନିଥାଏ। ଶେଷରେ ସଫଳତା ମିଳିଥାଏ। ଏହା ସଦ୍ୟତମ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ଚା’ ବିକାଳିଙ୍କ ଝିଅ। ସେ ଭାରତୀୟ ବାୟୁସେନାରେ ଫାଇଟର ପାଇଲଟ ହୋଇଛନ୍ତି। ସ୍ଥାନୀୟ ନିମଚ ଅଞ୍ଚଳରେ ସୁରେଶ ଗଙ୍ଗଓ୍ବାଲ ଏକ ଛୋଟ ଚା’ ଦୋକାନ କରିଛନ୍ତି। ଏଥିରୁ ମିଳୁଥିବା ଆୟରେ ତାଙ୍କର ଘର ଚଳିଥାଏ। ସୁରେଶଙ୍କ ୨୩ ବର୍ଷ ବୟସ୍କା ଝିଅ ଆଞ୍ଚଲ ଗଙ୍ଗଓ୍ବାଲ ଜୁନ ୨୦ରେ ବାୟୁସେନାରେ ଫାଇଟର ପାଇଲଟ ଭାବେ ଯୋଗ ଦେଇଛନ୍ତି। ସୁରେଶ କୁହନ୍ତି ସାରା ଜୀବନ ସଂଘର୍ଷରେ କଟିଗଲା। ଏବେ ଆଞ୍ଚଲର ଜୀବନରେ ଖୁସି ଆସିଛି। ନିଜର ସଫଳତା ନେଇ ଆଞ୍ଚଲ କୁହନ୍ତି ଯେ, ପିତାଙ୍କ ଉପଦେଶ ତାଙ୍କୁ ଏପର୍ଯ୍ୟନ୍ତ ନେଇଆସିଛି। ସୁରେଶ ସବୁବେଳେ ଆଞ୍ଚଲଙ୍କୁ ବିପଦରେ ଧର୍ଯ୍ୟହରା ନ ହେବାକୁ ପରାମର୍ଶ ଦେଇଥାନ୍ତି। ଲଢ଼େଇ ଜାରି ରଖିଲେ ଜୀବନ ସଂଘର୍ଷରେ ସଫଳତା ମିଳିଥାଏ ବୋଲି ସୁରେଶ ତାଙ୍କୁୁ ସବୁବେଳେ କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri