Posted inଖେଳ

ଚାଇନା ଟୁର୍‌ରେ ଯିବନି ମହିଳା ହକି ଦଳ

ନୂଆଦିଲ୍ଲୀ, ୭ା୨ (ପି.ଟି.)- ଘାତକ କରୋନା ଭାଇରସ୍‌ର ପ୍ରକୋପ ଯୋଗୁ ଭାରତୀୟ ମହିଳା ହକି ଦଳ ଚାଇନା ଟୁର୍‌ରେ ଯିବ ନାହିଁ। ଅଲିମ୍ପିକ୍ସ କ୍ରମେ ନିକଟତର ହୋଇ ଆସୁଥିବାବେଳେ ପ୍ରସ୍ତୁତି ପାଇଁ ଅନ୍ୟ କୌଣସି ଦଳ ଯୋଗାଡ଼ କରିବା କଷ୍ଟକର ବୋଲି ଅଧିନାୟିକା ରାଣୀ ରାମପାଲ କହିଛନ୍ତି। ଭାରତୀୟ ମହିଳା ଦଳ ମାର୍ଚ୍ଚ ୧୪ରୁ ୨୫ ପର୍ଯ୍ୟନ୍ତ ଚାଇନା ଗସ୍ତରେ ଯିବା କାର୍ଯ୍ୟକ୍ରମ ଥିଲା। ମାତ୍ର କରୋନା ଭାଇରସ୍‌ର ଦ୍ରୁତ ପ୍ରସାର ଯୋଗୁ ଏହା ବାତିଲ କରାଯାଇଛି। କରୋନା ଭାଇରସ୍‌ରେ ପୀଡ଼ତି ହୋଇ ଚାଇନାରେ ୬୩୬ ଲୋକ ପ୍ରାଣ ହରାଇ ସାରିଲେି। ଆହୁରି ୩୧,୧୬୧ ଲୋକ ଏଥିରେ ସଂକ୍ରମିତ ହୋଇଛନ୍ତି। ବହୁ ଦଳ ପ୍ରୋ-ହକି ଲିଗ୍‌ରେ ଭାଗ ନେଇଛନ୍ତି। ଆର୍ଜେଣ୍ଟିନା, ବେଲଜିୟମ, ଅଷ୍ଟ୍ରେଲିଆ, ଜର୍ମାନୀ,ଗ୍ରେଟ୍‌ ବ୍ରିଟେନ, ନେଦରଲାଣ୍ଡ୍ସ, ନ୍ୟୁଜିଲାଣ୍ଡ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ଏଫଆଇଏଚ୍‌ ପ୍ରୋ-ଲିଗ୍‌ରେ ଅଂଶଗ୍ରହଣ କରୁଛନ୍ତି। ଅଲିମ୍ପିକ୍ସ ଆଉ ୫ମାସରୁ କମ୍‌ ସମୟ ରହିଥିବାବେଳେ ଇଭେଣ୍ଟ ପାଇଁ ନିଜକୁ ପ୍ରସ୍ତୁତ କରିବା ଲାଗି ବର୍ତ୍ତମାନ ସମୟ ଗୁରୁତ୍ୱପୂର୍ଣ୍ଣ। ଭଲ ରୂପେ ପ୍ରସ୍ତୁତ ହେବାକୁ ହେଲେ ଭଲ ଦଳ ବିପକ୍ଷରେ ଖେଳିବାକୁ ହେବ ବୋଲି ରାଣୀ ପ୍ରକାଶ କରିଛନ୍ତି। ଭାରତୀୟ ମହିଳା ହକି ଦଳର ନ୍ୟୁଜିଲାଣ୍ଡ ଟୁର୍‌ ବୁଧବାର ଶେଷ ହୋଇଛି। ଦଳ ବର୍ତ୍ତମାନ ଫେବୃୟାରୀ ୧୬ରୁ ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ୪ ସପ୍ତାହ ଧରି ଟ୍ରେନିଂ ଓ କଣ୍ଡିଶନିଂ କ୍ୟାମ୍ପରେ ରହିବ। ଗତବର୍ଷ ୨୦୧୯ ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ ଭୁବନେଶ୍ୱର ପର୍ଯ୍ୟାୟରେ ଯୁକ୍ତରାଷ୍ଟ୍ର ଆମେରିକାକୁ ପରାସ୍ତ କରି ଭାରତ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିଲା। ଭାରତୀୟ ମହିଳା ହକି ଦଳ ତୃତୀୟ ଥର ପାଇଁ ଅଲିମ୍ପିକ୍ସରେ ଭଗା ନେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri