Posted inଖେଳ

ଚାଇନା ପାରା-ବ୍ୟାଡ୍‌ମିଣ୍ଟନ: ଦୁଇଟି ପଦକ ନିଶ୍ଚିତ କଲେ ପ୍ରମୋଦ

ଭୁବନେଶ୍ୱର, ୨୯।୯(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ଷ୍ଟାର୍‌ ଶଟ୍‌ଲର ପ୍ରମୋଦ ଭଗତ ଚାଇନାର ୟୁହାଙ୍ଗ ଝାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ସେ ୨ଟି ପଦକ ନିଶ୍ଚିତ କରିଛନ୍ତି। ଶନିବାର ଖେଳାଯାଇଥିବା ସିଙ୍ଗଲ୍ସ ସେମିଫାଇନାଲ ମ୍ୟାଚ୍‌ରେ ପ୍ରମୋଦ ୨୧-୧୫, ୧୯-୨୧, ୨୧-୧୦ ଗେମ୍‌ରେ ଜାପାନର ଡାଇସୁକେ ଫୁଜିହାରାଙ୍କୁ ପରାସ୍ତ କରିଛନ୍ତି। ପ୍ରମୋଦ ରବିବାର ଖେଳାଯିବାକୁ ଥିବା ଫାଇନାଲ ମୁକାବିଲାରେ ଇଂଲଣ୍ଡର ଡାନିଏଲ୍‌ ବେଥେଲଙ୍କୁ ଭେଟିବେ। ସେହିଭଳି ଡବଲ୍ସରେ ପ୍ରମୋଦ ଓ ତାଙ୍କ ସାଥୀ ଖେଳାଳି ମନୋଜ ସରକାର ସେମିଫାଇନାଲରେ ସହଜ ବିଜୟ ଲାଭ କରିଛନ୍ତି। ପ୍ରମୋଦ ଓ ମନୋଜ ଯୋଡ଼ି ୨୪-୨୨, ୨୧-୧୪ ଗେମ୍‌ରେ ଚାଇନା ଯୋଡ଼ି ଜିଆଓୟୁ ଚେନ୍‌ ଓ ୟୁୟାଙ୍ଗ୍‌ ଗାଓଙ୍କୁ ହରାଇ ଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। ତେବେ ଫାଇନାଲରେ ଅଲ୍‌ଇଣ୍ଡିଆ ମୁକାବିଲା ଦେଖିବାକୁ ମିଳିବ। ପ୍ରମୋଦ-ମନୋଜ ଯୋଡ଼ି ଏବଂ ଅନ୍ୟତମ ଭାରତୀୟ ଯୋଡ଼ି ବିକ୍ରମ କୁମାର ଓ ସୁହାସ ଲି ମଧ୍ୟରେ ଫାଇନାଲ ମ୍ୟାଚ୍‌ ରବିବାର ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri