Posted inଜାତୀୟ

ଚାଇନା ବିରୋଧରେ ତାତିଲେ ବ୍ୟବସାୟୀ: #ବୟକଟ୍‌ଚାଇନାର ଲଗାଇଲେ ୧୫ ହଜାର ପୋଷ୍ଟର

ଜୟପୁର,୨୨।୬: ଗତ କିଛି ଦିନରୁ ଲଦାଖ ଏଲ୍‌ଏସିରେ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗିରହିଛି। ଜୁନ ୧୫ ରାତିରେ ଲଦାଖର ଗଲଓ୍ବାନ ଘାଟିରେ ଭାରତୀୟ ସୈନ୍ୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଦେଖାଦେଇଥିଲା। ଏହି ସଂଘର୍ଷରେ ଭାରତୀୟ ସେନାର ୨୦ଜଣ ଯବାନ ଶହୀଦ ହୋଇଥିଲେ। ନିଜ ଯବାନଙ୍କୁ ହରାଇବା ପରେ ଦେଶରେ ଚାଇନା ପ୍ରତି କ୍ରୋଧଭାବ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ଚାଇନା ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଚାଇନା ସମାଗ୍ରୀକୁ ବହିଷ୍କାର କରିବା ଲାଗି ଦାବି କରାଯାଉଛି। ଇତିମଧ୍ୟରେ ଜୟପୁରରେ ବ୍ୟବସାୟୀମାନେ ଚାଇନା ସାମଗ୍ରୀକୁ ବହିଷ୍କାର କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପ୍ରତ୍ୟେକ ଦୋକାନରେ #ବୟକଟ୍‌ଚାଇନାର ଏକ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ସୂଚନା ମୁତାବକ ଜୟପୁର ବ୍ୟବସାୟୀ ସଂଘ ସୋମବାର ରାଜାପାର୍କରେ ଥିବା ଦୋକାନଗୁଡ଼ିକରେ ୧୫ହଜାର ପୋଷ୍ଟର ଲଗାଇ ଏହାର ଆରମ୍ଭ କରିଛନ୍ତି। ଯେଉଁ ଗ୍ରାହକ ମୋବାଇଲ୍‌ କିଣିବା ପାଇଁ ଆସିବେ ସେମାନଙ୍କୁ ଚାଇନା ମୋବାଇଲ୍‌ ବଦଳରେ ସାମସଙ୍ଗ୍‌ ଓ ନୋକିଆ ଫୋନ କିଣିବାକୁ ପରାମର୍ଶ ଦିଆଯିବ। ଏଭଳି ଲୋକଙ୍କ ମନରେ ଚାଇନା ସାମଗ୍ରୀ ବିରୋଧରେ ସଚେତନତା ସୃଷ୍ଟି କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ତେବେ ଦେଶପାଇଁ କ୍ଷତି ସହିବାକୁ ବ୍ୟବସାୟୀ ପ୍ରସ୍ତୁତ ଅଛନ୍ତି ବୋଲି ଜୟପୁର ବ୍ୟବସାୟୀ ସଂଘର ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri