ଚାଇନା ‘ବ୍ୟାଟ୍‌ ଓମେନ’ଙ୍କ ଚେତାବନୀ: କରୋନା ଭାଇରସ୍‌ ଆରମ୍ଭ ମାତ୍ର

ବେଜିଂ, ୨୭।୫: ସାରା ବିଶ୍ୱରେ ‘ବ୍ୟାଟ ଓମେନ’ ନାମରେ ପରିଚିତ ଚାଇନାର ଭାଇରୋଲୋଜିଷ୍ଟ ସି ଝେଙ୍ଗଲି ନିକଟରେ ଏକ ସରକାରୀ ଟେଲିଭିଜନରେ ଦେଇଥିବା ସାକ୍ଷାତ୍‌କାରକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ଚେତାବନୀ ଦେଇ କହିଛନ୍ତି, କରୋନା ଭାଇରସ୍‌ ଆରମ୍ଭ ମାତ୍ର। ସରକାରୀ ଟେଲିଭିଜନ ଚ୍ୟାନେଲ ‘ସିଜିଟିଏନ୍‌’କୁ ସେ ଦେଇଥିବା ସାକ୍ଷାତ୍‌କାରରେ କହିଛନ୍ତି, ଆଗକୁ କୌଣସି ସଂକ୍ରମଣ ଦାଉରୁ ରକ୍ଷା ପାଇବାକୁ ଚାହୁଁଥିଲେ ଆମକୁ ପ୍ରଥମେ ଜଙ୍ଗଲୀ ଜନ୍ତୁଙ୍କଠାରୁ ବ୍ୟାପୁଥିବା ଅଜ୍ଞାତ ଭାଇରସ୍‌ ସମ୍ପର୍କରେ ଜାଣିବା ଜରୁରୀ। ଯଦି ଏହା ଉପରେ ଆମେ ଅଧିକ ଜ୍ଞାନ ଆହରଣ ନ କରିବା ତେବେ ଆଗକୁ ହୁଏତ ଆଉ କୌଣସି ନୂଆ ଭାଇରସ୍‌ ଦ୍ୱାରା ଆମେ ସଂକ୍ରମିତ ହେବା ବୋଲି ସେ ସୂଚାଇ ଦେଇଛନ୍ତି। ସାରା ବିଶ୍ୱରେ ବାଦୁଡ଼ିିଠାରେ ମିଳିଥିବା କରୋନା ଭାଇରସ୍‌କୁ ନେଇ କରାଯାଉଥିବା ଗବେଷଣା ସହ ଜଡ଼ିତ ଥିବା ଝେଙ୍ଗଲି ଏହି ମହାମାରୀ ସହ ଲଢ଼ିିବାକୁ ବିଶ୍ୱକୁ ସହାୟତା ଯୋଗାଇ ଦେବେ ବୋଲି କହିଛନ୍ତି। ଉହାନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିର ଡେପୁଟି ଡାଇରେକ୍ଟର ଝେଙ୍ଗଲି ବୈଜ୍ଞାନିକଙ୍କ ରାଜନୀତୀକରଣକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଏବେ ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫,୮୪,୨୦୦ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୩,୪୭,୬୦୦ରେ ପହଞ୍ଚିଲାଣି। ୨୪ ଘଣ୍ଟାରେ ୩୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ବିଶ୍ୱବାସୀଙ୍କୁ ଚିନ୍ତାରେ ପକାଇ ଦେଇଛି। ଅନ୍ୟପଟେ କରୋନା ସଂକ୍ରମଣକୁ ନେଇ ଆମେରିକା ଓ ଚାଇନା ମଧ୍ୟରେ ତୁ ତୁ ମେ ମେ ଲାଗି ରହିଥିବା ବେଳେ ଏହି ମହାମାରୀ ବେଳକୁ ବେଳ ଜଟିଳ ରୂପ ଧାରଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri