ଚାଇନା ସେନା ସହ ଲଢ଼ି ଶହୀଦ ହୋଇଥିବା ନନ୍ଦୁରାମଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା

ରାଇରଙ୍ଗପୁର,୨୦।୬(ଡି.ଏନ୍‌.ଏ.): ପୂର୍ବ ଲଦାଖ ସୀମା ଗଲଓ୍ବାନ୍‌ ଉପତ୍ୟକାରେ ଚାଇନା ସେନା ସଂଘର୍ଷରେ ଦେଶ ପାଇଁ ଶହୀଦ ଓଡ଼ିଆ ଯବାନ ରାଇରଙ୍ଗପୁର ବିଜାତଳା ବ୍ଲକ ବଡ଼ ଚମ୍ପାଉଦା ଗ୍ରାମର ନନ୍ଦୁରାମ ସୋରେନଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ୨୫ ଲକ୍ଷ ଟଙ୍କା ଅନୁଦାନ ରାଶିକୁ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ଏବଂ ରାଇରଙ୍ଗପୁର ଉପଜିଲାପାଳ ଧର୍ମାନନ୍ଦ ବେହେରା ପ୍ରଦାନ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଶହୀଦଙ୍କ ପତ୍ନୀ ଲକ୍ଷ୍ମୀମଣି ଏବଂ ୩ କନ୍ୟାକୁ ଏହି ଟଙ୍କା ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ତେବେ ଏହି ଅବସରରେ ବିଜାତଳା ବ୍ଲକ ତହସିଲଦାର ଲଲାଟେନ୍ଦୁ ସିଂଙ୍କ ସମେତ ବିଜେଡି ବିଧାୟକ(ମୋରଡା) ରାଜକିଶୋର ଦାସ, ରାଜ୍ୟସଭା ସାଂସଦ ମମତା ମହାନ୍ତ ଏବଂ ରାଇରଙ୍ଗପୁର ନଗର କମିଟିର ଅଧ୍ୟକ୍ଷ କାଶିନାଥ ହେମ୍ରମଙ୍କ ସମେତ ଦଳୀୟ ବହୁ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri