ଚାଇନାର ଆଇଫୋନ୍‌ ସିଟିରେ କରୋନା ବେକାବୁ, ଲକ୍‌ଡାଉନ ଯୋଗୁ ଘରେ ଭୋକ ଉପାସରେ ରହୁଛନ୍ତି ଲୋକେ…

ବେଜିଂ,୩୧।୧୦ : ଚାଇନାର ଝୋଙ୍ଗଝୋଉ ସହରରେ କରୋନା ସଂକ୍ରମଣ ପୁଣି ଥରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସଂକ୍ରମଣକୁ ରୋକିବା ପାଇଁ ଏଠାରେ ଚାଇନା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଦେଶର ବୃହତ୍ତମ ଆଇଫୋନ କାରଖାନା ଭାବରେ ଜଣାଶୁଣାରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଫଳରେ ସହରରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନେ ଏଠାରୁ ପଳାୟନ କରୁଛନ୍ତି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, କର୍ମଚାରୀମାନେ ପଳାଇବା ପାଇଁ ଝୋଙ୍ଗଝୋଉର ଫକ୍ସକନ ଠାରେ ଥିବା ଆପଲର ସବୁଠୁ ବଡ ଆସେମ୍ବଲି ସାଇଟକୁ ଭାଙ୍ଗିଛନ୍ତି। ଏହି ଲୋକମାନେ ଜିରୋ କୋଭିଡ ନୀତି ଅନୁସାରେ ଜାରି ହୋଇଥିବା ଲକ୍‌ଡାଉନ ଭୟରେ ସହରରୁ ପଳାୟନ କରୁଛନ୍ତି। ବହୁ ଲୋକ ୧୦୦ କିଲୋମିଟର ଦୂରରେ ଅବସ୍ଥିତ ନିଜ ଘରକୁ ଚାଲିଚାଲି ଯାଉଛନ୍ତି। ଏହି ଲୋକମାନେ କରୋନା ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ପ୍ରସ୍ତୁତ ହୋଇଥିବା ଆପରୁ ମଧ୍ୟ ଦୂରେଇବାରେ ଲାଗିଛନ୍ତି।

ଚାଇନାର ସୋସିଆଲ ମିଡିଆରେ ଏହିପରି ଅନେକ ଭିଡିଓ ଶେୟାର କରାଯାଉଛି ଯେଉଁଥିରେ ଲୋକମାନେ ପ୍ଲାଣ୍ଟର କାନ୍ଥରୁ ଡେଉଁଥିବାର ଦେଖିବାକୁ ମିଳୁଛି। ସଂକ୍ରମଣକୁ ରୋକିବା ପାଇଁ ଅନେକ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନରେ ରଖାଯାଉଛି। ଲୋକଙ୍କୁ ପରସ୍ପରକୁ ଭେଟିବାକୁ ବାରଣ କରାଯାଉଛି ।
ଲକ୍‌ଡାଉନ ଯୋଗୁ ଲୋକେ ଘରେ ଖାଦ୍ୟ ପାନୀୟ ବିନା ଭୋକ ଉପାସରେ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ୧୦ ବର୍ଷ ପୂର୍ତ୍ତି: ଗର୍ଭବତୀ ମହିଳାଙ୍କୁ ମାଗଣାରେ ଚିକିତ୍ସା

କେସିଙ୍ଗା,୧୦।୬( ତୁମେଶ୍ୱର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାରା ଗର୍ଭବତୀ ମହିଳା ଙ୍କନିରାପଦ ମାତୃତ୍ୱ ପ୍ରୋତ୍ସାହିତ ପାଇଁ ଗତ ୨୦୧୬ରେ ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ…

ଜିନ୍‌ପିଙ୍ଗ୍‌ ଗଲେ କୋରିଆ

ବର୍ତ୍ତମାନ ସ୍ଥିତିରେ ବିଶ୍ୱରେ କେଉଁ ଦେଶ ଅଧିକ କ୍ଷମତାଶାଳୀ କହିବା କଷ୍ଟକର। ଦିନ ଥିଲା, ଆମେରିକା ଓ ରୁଷିଆ ସୁପରପାଓ୍ବାର ଭାବେ ରାଜୁତି କରୁଥିଲେ। ଚାଇନା ଶକ୍ତିଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri