ଚାଇନାରୁ ଭାରତକୁ ଆସୁଛି ଜୁଏଲାରୀ କମ୍ପାନୀ

ନୂଆଦିଲ୍ଲୀ,୩୧-୭: ଆମେରିକା ସହ ଜାରି ଟ୍ରେଡ୍‌ ଓ୍ବାର୍‌ ଯୋଗୁ ଏବେ ଶୀର୍ଷ ଜୁଏଲାରୀ କମ୍ପାନୀ ନିଜର କାରଖାନାକୁ ଚାଇନାରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଇଣ୍ଡସଇଣ୍ଡ ବ୍ୟାଙ୍କ ସିଇଓ ରମେଶ ସୋବ୍‌ତୀ ଏକ ସାକ୍ଷାତ୍‌କାରରେ କହିଛନ୍ତି ଯେ, ଜେମ୍ସ ଆଣ୍ଡ ଜୁଏଲାରୀ କ୍ଷେତ୍ରରେ ବିଶ୍ୱର କେତେକ ଶୀର୍ଷ କମ୍ପାନୀ ଏବେ ଚାଇନାରୁ ଭାରତକୁ ଆସିବାକୁ ବାହାରିଛନ୍ତି। ଟ୍ରେଡ ଓ୍ବାର୍‌କୁ ଦୃଷ୍ଟିରେ ରଖି ସେମାନେ ନିଜର କାରବାରକୁ ସନ୍ତୁଳିତ କରିବା ଉଦ୍ଦେଶ୍ୟରେ କିଛି ଦିନ ଲାଗି ବିଶ୍ରାମ ନେଉଛନ୍ତି। ସେମାନେ ଚାଇନାରୁ ନିଜର କାରଖାନାକୁ ଭାରତକୁ ସ୍ଥାନାନ୍ତର କରିବାକୁ ଯାଉଛନ୍ତି। ସେମାନେ ଭାରତ ଆସିଲେ ଦେଶର ଜେମ୍ସ ଆଣ୍ଡ ଜୁଏଲାରୀ ଉଦ୍ୟୋଗକୁ ସହାୟତା ମିଳିବ। ଜେମ୍ସ ଆଣ୍ଡ ଜୁଏଲାରୀ ଏକ୍ସପୋର୍ଟ ପ୍ରମୋଶନ କାଉନସିଲ୍‌ ଭାଇସ୍‌ ଚେୟାରମ୍ୟାନ କଲିନ ଶାହ କହିଛନ୍ତି ଯେ, ଚାଇନାରୁ ଭାରତକୁ ଶୀର୍ଷ ଜୁଏଲାରୀ କମ୍ପାନୀ ଭାରତ ଆସିବାକୁ ଇଚ୍ଛୁକ। ତେବେ ସେମାନଙ୍କୁ ଏଠାରେ କେତେକ ଅସୁବିଧାର ସାମ୍ନା କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri