ଚାଇଲ୍ଡ ଲାଇନ ପକ୍ଷରୁ ୭୧ଶିଶୁ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨ା୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଏବଂ ଗଦାପୁର ଅଞ୍ଚଳରେ ବେଆଇନ ଭାବେ ଚାଲିଥିବା ଛାତ୍ରାବାସ ଉପରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଇଛି। ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରଣଙ୍କ ନେତୃତ୍ୱରେ ସିଡବ୍ଲ୍ୟୁସି କଳ୍ପନା ମହାନ୍ତି, ଶିବ ଶଙ୍କର ବେହେରା, ରାଜଲକ୍ଷ୍ମୀ ମହାଙ୍କୁଡ଼, ସୁନିଲ ପ୍ରଧାନ, ରାଜେନ୍ଦ୍ର ମଲ୍ଲିକ ପ୍ରମୁଖ ଗଦାପୁର ଅଞ୍ଚଳରେ ଦୀର୍ଘବର୍ଷ ଧରି ଚାଲିଥିବା ଛାତ୍ରାବାସରୁ ୧୧ ଛାତ୍ର ଓ ୭ ଛାତ୍ରୀଙ୍କୁ ଉଦ୍ଧାର କରିଥିଲେ। ପରେ ବ୍ରାହ୍ମଣୀଗଁାରେ ପହଞ୍ଚତ୍ ଜୀବନଜ୍ୟୋତ୍‌ି ଛାତ୍ରାବାସରୁ ୫୦ ଛାତ୍ର ଓ ୩ ଛାତ୍ରୀଙ୍କୁ ଉଦ୍ଧାର କରି ଫୁଲବାଣୀ ସିଡବ୍ଲ୍ୟୁସି କାର୍ଯ୍ୟାଳୟକୁ ନିଆଯାଉଥିବା ଜଣାପଡ଼ିଛି। ଏଥିରେ ବ୍ରାହ୍ମଣୀଗଁା ଥାନା ଅଧିକାରୀ ତୃପ୍ତିରଞ୍ଜନ ନାୟକ ସହଯୋଗ କରିଥିଲେ।
ପ୍ରକାଶ ଯେ, ବ୍ରାହ୍ମଣୀଗଁାଠାରେ ଦୀର୍ଘ ବର୍ଷ ଧରି ବେଆଇନ ଭାବେ ଇମାନୁଏଲ ନାମରେ ଏହି ହଷ୍ଟେଲ ଚାଲିଥିଲା। ଜିଲା ପ୍ରଶାସନ ୨୦୧୬ରେ ଏହାର ଅଧ୍ୟକ୍ଷ ଜିତେନ୍ଦ୍ର୍ର ହରପାଲଙ୍କୁ ବନ୍ଦ କରିବାକୁ ନୋଟିସ ଦେଇଥିଲା। କିନ୍ତୁ ଏହାକୁ ବନ୍ଦ ନକରି ନାମପରିବର୍ତ୍ତନ କରି ଜୀବନଜ୍ୟୋତି ହଷ୍ଟେଲ ନାମରେ ଚଲାଇଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରନ କହିଛନ୍ତି। ସେ କହିଛନ୍ତି ଯେ, ଉଦ୍ଧାର ଛାତ୍ରୀଛାର୍ରଙ୍କୁ ଦୁଇଓଳା ଭଲରେ ଖାଇବାକୁ ଦିଆଯାଉ ନ ଥିଲା। ଛାତ୍ରୀମାନଙ୍କୁ ଘର କାମ ଓ ଛାତ୍ର ମାନଙ୍କୁ ଚାଷ କାମରେ ନିୟୋଜିତ କରାଯାଉଥିଲା। ଏନେଇ ହଷ୍ଟେଲ ପରିଚାଳକଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ସମସ୍ତ ଉଦ୍ଧାର ଛାତ୍ରୀଛାତ୍ରଙ୍କୁ ଏକ ବସ୍‌ରେ ଫୁଲବାଣୀ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri